ବଜ୍ରପାତରେ ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର

Date:

Share post:

ଗଜପତି, (୨୭/୦୬) : ଆପ୍ର : ବଜ୍ରପାତରେ ବଡ଼ ଭାଇର ମୃତ୍ୟୁ ହୋଇଥିବା ବେଳେ ସାନ ଭାଇ ଗୁରୁତର ଆହତ ହୋଇଛନ୍ତି ।

ଏଭଳି ଦୁଃଖଦ ଘଟଣା ଘଟିଛି ଗଜପତି ଜିଲ୍ଲା ରା. ଉଦୟଗିରି ଥାନା ଅନୁଗୁର କଟାମା ଗାଁ’ରେ । ମୃତ ବଡ଼ ଭାଇ ଜେରଦ ରଇତ ହୋଇଥିବା ବେଳେ ସାନ ଭାଇ ମୋଜେସ ଗୁରୁତର ଅଛନ୍ତି । ଆଜି ମଧ୍ୟାହ୍ନ ରେ କଟlମା ଗାଁ’ରୁ ଦୁଇ ଭାଇ ରାସନ ଚାଉଳ ପାଇଁ ଅନୁଗୁର ପଞ୍ଚାୟତ କୁ ଯାଉଥିଲେ । ଏହି ସମୟରେ ବର୍ଷା ସହ ବଜ୍ରପାତ ଯୋଗୁଁ ଦୁଇ ଭାଇ ଗୁରୁତର ହୋଇ ଯାଇଥିଲେ । ପରିବାର ଲୋକ ତୁରନ୍ତ ଉଦ୍ଧାର କରି ରା.ଉଦୟଗିରି ମେଡିକାଲ ରେ ଭର୍ତି କରିଥିଲେ । ତେବେ ଡାକ୍ତର ବଡ଼ ଭାଇ ଜେରଦଙ୍କୁ ମୃତ ଘୋଷଣା କରିଛନ୍ତି । ସାନ ଭାଇ ଗୁରୁତର ଥିବାବେଳେ ତାଙ୍କର ଚିକିତ୍ସା ଜାରି ରହିଛି । ରା. ଉଦୟଗିରି ଥାନା ପୋଲିସ ଘଟଣାର ତଦନ୍ତ କରୁଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ବିଳମ୍ବରେ ଆରମ୍ଭ ଉଦ୍ୟମୀ ଓଡ଼ିଶା କାର୍ଯ୍ୟକ୍ରମ

ରାୟଗଡା, (୨୭/୦୬) : ଆପ୍ର : ରାୟଗଡା ଜି.ସି.ଡି ଖେଳ ପଡିଆ ଠାରେ ଚଳିତ ମାସ ୨୭ ତାରିଖ ଠାରୁ ଆରମ୍ଭ ହୋଇ ଜୁଲାଇ...

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ହାଇ-ଟେକ୍ ନଜର ଏବଂ ଡିଜିଟାଲ୍ ସର୍ଭେଲାନ୍ସ ରହିବ ଶ୍ରୀକ୍ଷେତ୍ର

ପୁରୀ, (୨୭/୦୬) : ଆପ୍ର : ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଜୁନ୍ ୨୯ରେ ଅନୁଷ୍ଠିତ ହେବାକୁ...

ଆଜିଠାରୁ ୫ ଦିନ ଅସ୍ଥିର ରହିବ ପାଗ; ବଜ୍ରପାତ ଓ ପ୍ରବଳ ବର୍ଷା ନେଇ IMDର ପୂର୍ବାନୁମାନ

ଭୁବନେଶ୍ୱର, (୨୭/୦୬) : ଆପ୍ର : ଆସନ୍ତା ୫ ଦିନ ରାଜ୍ୟରେ ପାଗ ବଦଳିବ। ବର୍ଷା ସହ ବଜ୍ରପାତ ଓ ଘଣ୍ଟାପ୍ରତି ୪୦ରୁ ୫୦...

ପାଠ୍ୟପୁସ୍ତକରେ ତ୍ରୁଟି, ତଦନ୍ତ ରିପୋର୍ଟ ପରେ ଆକ୍ସନ୍ ମୋଡରେ ସରକାର; ନିଲମ୍ବିତ ହେଲେ ୪ ଅଧିକାରୀ

ଭୁବନେଶ୍ୱର, (୨୭/୦୬) : ଆପ୍ର : ରାଜ୍ୟର ସ୍କୁଲ ପାଠ୍ୟପୁସ୍ତକରେ ମିଳିଥିବା ତ୍ରୁଟିକୁ ନେଇ ସରକାର ନେଇଛନ୍ତି କଡ଼ା ପଦକ୍ଷେପ । ମୁଖ୍ୟମନ୍ତ୍ରୀ ମୋହନ...