କଲ୍ୟାଣସିଂହପୁର, (୦୨/୦୯) : ଆପ୍ର : କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଲିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରାଯାଇଛି ।
ସୂଚନା ଅନୁଯାୟୀ, ଡମଲିମା ଗ୍ରାମ ନିକଟରେ ବଜ୍ରକାପ୍ତାଟି ବୁଲୁଥିବା ଦେଖି ସ୍ଥାନୀୟ ଲୋକେ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ବନ ବିଭାଗ ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ବଜ୍ରକାପ୍ତାଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ । ଏହି ଉଦ୍ଧାର କାର୍ଯ୍ୟରେ ଫରେଷ୍ଟର ବର୍କାରାଣୀ ପାତ୍ର, ଫରେଷ୍ଟ ଗାର୍ଡ ଅନୁଷ୍କା ପଣ୍ଡା, ପାରା ଫରେଷ୍ଟର ବିକ୍ରମ ନାଇଡୁଙ୍କ ସମେତ ବନ ବିଭାଗର ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ । ଉଦ୍ଧାର ପରେ ବଜ୍ରକାପ୍ତାର ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଇ ତାହାକୁ ସୁରକ୍ଷିତ ଜଙ୍ଗଲରେ ଛାଡ଼ି ଦିଆଯିବ ବୋଲି ବିଭାଗୀୟ ସୂତ୍ରରୁ ପ୍ରକାଶ ।

