Homelocalଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା

ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ବର, (୦୩/୦୮) : ଆପ୍ର : ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଟ୍ରପ୍‌ ଲାଇନ ଓଡ଼ିଶା ଉପରେ ସକ୍ରିୟ ରହିବା ହେତୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ରବିବାର ଅପରାହ୍ଣରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଆଉ କିଛି ଅଞ୍ଚଳରେ ଝିପିଝିପି ବର୍ଷା ହୋଇଛି । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ବୁଲେଟିନ୍‌ ସୂଚନାନୁଯାୟୀ, ଚାନ୍ଦବାଲି, ପାରାଦ୍ବୀପ, ଭୁବନେଶ୍ବର, ପୁରୀ, ବାରିପଦା, ସୁନ୍ଦରଗଡ଼, ନୟାଗଡ଼, ରାୟଗଡ଼ା, ଯାଜପୁର, ଢେଙ୍କାନାଳ, ଖୋରଧା ଏବଂ ଢେଙ୍କାନାଳରେ ବର୍ଷା ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଶେଷକରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ପୁରୀ, ଖୋରଧା, ସୁନ୍ଦରଗଡ଼,
ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ଉପରୋକ୍ତ ଜିଲ୍ଲା ଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments