ଆଜିଠାରୁ ୫ ଦିନ ଅସ୍ଥିର ରହିବ ପାଗ; ବଜ୍ରପାତ ଓ ପ୍ରବଳ ବର୍ଷା ନେଇ IMDର ପୂର୍ବାନୁମାନ

Date:

Share post:

ଭୁବନେଶ୍ୱର, (୨୭/୦୬) : ଆପ୍ର : ଆସନ୍ତା ୫ ଦିନ ରାଜ୍ୟରେ ପାଗ ବଦଳିବ। ବର୍ଷା ସହ ବଜ୍ରପାତ ଓ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଜୁନ୍ ୨୭ରୁ ଜୁଲାଇ ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଛି । ଜୁନ୍ ୨୭ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। କୋରାପୁଟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ସମେତ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ରହିଛି ।

ଜୁନ୍ ୨୮ରେ ଉତ୍ତର ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ସମେତ କିଛି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କନ୍ଧମାଳ ଓ କୋରାପୁଟରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଜୁନ୍ ୨୯ରେ ପ୍ରାୟ ସମଗ୍ର ରାଜ୍ୟ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ଅଧିକାଂଶ ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ଓ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କନ୍ଧମାଳ, ରାୟଗଡ଼ା ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ ।

ଜୁନ୍ ୩୦ ଓ ଜୁଲାଇ ୧ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲା ପାଇଁ ପୁଣି ଅରେଞ୍ଜ ୱାର୍ଣ୍ଣିଂ ରହିଛି। ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ପାଣିପାଗ ବିଭାଗ ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି । ବଜ୍ରପାତ ସମୟରେ ଖୋଲା ସ୍ଥାନ, ଗଛ ତଳେ କିମ୍ବା ବିଦ୍ୟୁତ୍ ଖୁଣ୍ଟ ନିକଟରେ ନ ରହି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ କୁହାଯାଇଛି । ସହରାଞ୍ଚଳରେ ଯାତାୟାତ ସମୟରେ ମଧ୍ୟ ସତର୍କତା ଅବଲମ୍ବନ କରିବାକୁ IMD ପରାମର୍ଶ ଦେଇଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ବିଳମ୍ବରେ ଆରମ୍ଭ ଉଦ୍ୟମୀ ଓଡ଼ିଶା କାର୍ଯ୍ୟକ୍ରମ

ରାୟଗଡା, (୨୭/୦୬) : ଆପ୍ର : ରାୟଗଡା ଜି.ସି.ଡି ଖେଳ ପଡିଆ ଠାରେ ଚଳିତ ମାସ ୨୭ ତାରିଖ ଠାରୁ ଆରମ୍ଭ ହୋଇ ଜୁଲାଇ...

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ହାଇ-ଟେକ୍ ନଜର ଏବଂ ଡିଜିଟାଲ୍ ସର୍ଭେଲାନ୍ସ ରହିବ ଶ୍ରୀକ୍ଷେତ୍ର

ପୁରୀ, (୨୭/୦୬) : ଆପ୍ର : ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଜୁନ୍ ୨୯ରେ ଅନୁଷ୍ଠିତ ହେବାକୁ...

ପାଠ୍ୟପୁସ୍ତକରେ ତ୍ରୁଟି, ତଦନ୍ତ ରିପୋର୍ଟ ପରେ ଆକ୍ସନ୍ ମୋଡରେ ସରକାର; ନିଲମ୍ବିତ ହେଲେ ୪ ଅଧିକାରୀ

ଭୁବନେଶ୍ୱର, (୨୭/୦୬) : ଆପ୍ର : ରାଜ୍ୟର ସ୍କୁଲ ପାଠ୍ୟପୁସ୍ତକରେ ମିଳିଥିବା ତ୍ରୁଟିକୁ ନେଇ ସରକାର ନେଇଛନ୍ତି କଡ଼ା ପଦକ୍ଷେପ । ମୁଖ୍ୟମନ୍ତ୍ରୀ ମୋହନ...

ବଜ୍ରପାତରେ ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର

ଗଜପତି, (୨୭/୦୬) : ଆପ୍ର : ବଜ୍ରପାତରେ ବଡ଼ ଭାଇର ମୃତ୍ୟୁ ହୋଇଥିବା ବେଳେ ସାନ ଭାଇ ଗୁରୁତର ଆହତ ହୋଇଛନ୍ତି । ଏଭଳି ଦୁଃଖଦ...