କଣ୍ଟାବାଞ୍ଜି ବିକାଶ ପାଇଁ ଦାବି, ୧୨ ଘଣ୍ଟିଆ ବନ୍ଦ ଡାକରା

Date:

Share post:

କଣ୍ଟାବାଞ୍ଜି, (୧୬/୦୬) : ଆପ୍ର : କଣ୍ଟାବାଞ୍ଜିର ବିକାଶ ପ୍ରତି ଅବହେଳା ପ୍ରତିବାଦରେ କଣ୍ଟାବାଞ୍ଜିରେ ୧୨ ଘଣ୍ଟିଆ ବନ୍ଦ ପାଳନ । ବିଭିନ୍ନ ଦାବି ନେଇ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ ।

ଇଞ୍ଜିନିୟରିଂ କଲେଜ, କୃଷି କଲେଜ, ନର୍ସିଂ କଲେଜ ଏବଂ ଶିଳ୍ପାୟନ ପ୍ରତିଷ୍ଠା ଦାବି କରିବା ସହିତ ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ଦାବି । କଣ୍ଟାବାଞ୍ଜି ଟ୍ରକ ମାଲିକ ସଂଘ ର ଆହ୍ୱାନ କ୍ରମେ କଣ୍ଟାବାଞ୍ଜି ର ବିଭିନ୍ନ ସଂଗଠନ ପକ୍ଷରୁ ପୂର୍ଣ୍ଣ ସମର୍ଥନ । ସକାଳ ୬ ଘଟିକା ରୁ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ପାଳନ । ବିଭିନ୍ନ ସରକାରୀ ଓ ବେସରକାରୀକାର୍ଯ୍ୟାଳୟ ,ଦୋକାନ ବଜାର ବନ୍ଦ ଜରୁରୀକାଳୀନ କାର୍ଯ୍ୟକୁ ବନ୍ଦ ରୁ ବାଦ ଦିଆଯାଇଛି ।

ଜିଲ୍ଲା ମାନ୍ୟତା ଦାବିରେ ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ଚାଲିଛି ଏହି ବନ୍ଦ ପାଳନ । ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ, କଲେଜ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । ଗାଡି ମୋଟର ଚଳାଚଳ ମଧ୍ୟ ବନ୍ଦ ରହିଛି । ବନ୍ଦରେ ୨୦ରୁ ଅଧିକ ସଙ୍ଗଠନ ସାମିଲ ହୋଇଛି । ପ୍ରବଳ ବର୍ଷା ହେଉଥିଲେ ମଧ୍ୟ ସ୍ଥାନୀୟ ଇନ୍ଦିରା ଛକ ନିକଟରେ ଜିଲ୍ଲା ସଂଘର୍ଷ ସମିତିର କର୍ମକର୍ତ୍ତାମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ : ୪ ଅଭିଯୁକ୍ତ ଗିରଫ, କୋର୍ଟ ଚାଲାଣ

ପାଟଣାଗଡ଼, (୧୬/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଘଟଣାରେ ପାଟଣାଗଡ଼ ପୋଲିସ...

ସୁନ୍ଦରଗଡ଼ରେ ଭୟଙ୍କର ଟ୍ରେଲର ଧକ୍କା, ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ

ସୁନ୍ଦରଗଡ଼, (୧୬/୦୬) : ଆପ୍ର : ଜୀଅନ୍ତା ଜଳିଗଲେ ଦୁଇ ଟ୍ରକ ଡ୍ରାଇଭର । ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା କଇଁତରା ବିଜୁ ଏକ୍ସପ୍ରେସ...

ଦିଘାରୁ ହଟିଲା ‘ଧାମ’ ଶବ୍ଦ: ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଭୁବନେଶ୍ୱର, (୧୬/୦୬) : ଆପ୍ର : ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଏବଂ ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା ପାଇଁ ଦୃଢ଼ ପଦକ୍ଷେପ...

ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ ଛଅ ଦୁର୍ବୁତ୍ତ

ଅନୁଗୁଳ, (୧୬/୦୬) : ଆପ୍ର : ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ନନ୍ଦପୁର ଛକ ଠାରେ ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ...