Homelocalବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୮ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୮ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (୨୮/୦୯) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ବିନିକା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2026 09 29 at 11.09.49

ଏହି ଶିବିରରେ ଭାରପ୍ରାପ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୨୮ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୨୧ଟି ବ୍ୟକ୍ତିଗତ ଏବଂ ୭ଟି ସାମୂହିକ ଦରଖାସ୍ତ ଥିଲା । ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ବିନିକା ତହସିଲଦାର ରସନା ଭୋଇ, ବିନିକା ବିଡିଓ ଶରତ ବାଗ, ବିନିକା ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ମାନସ ଭୋଇ, ସହାୟକ ଜିଲ୍ଲାପାଳ ଅଭିଯୋଗ ଶାଖା ପ୍ରିୟଦର୍ଶିନୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

ବିନିକା ଏନଏସି ଅଧିନସ୍ଥ ରହିଲା ର ଏସଏଚଜି ମହିଳା ସଦସ୍ୟା ମାନେ ବିନିକା – ପପକ୍ଷୟ – ରହିଲା ରାସ୍ତାରେ ଭାରିଯାନ ଚଳାଚଳ ଯୋଗୁଁ ରାସ୍ତାଟି ଅତି କଦର୍ଯ୍ୟ ହୋଇଛି । ଯାହା ଫଳରେ ଯିବା ଆସିବାରେ ଲୋକେ ବହୁତ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଏହି ରାସ୍ତାର ଉନ୍ନତି କରଣ ପାଇଁ ବାରମ୍ବାର ଅଭିଯୋଗ କଲେ ମଧ୍ୟ ଅଦ୍ୟାବଧି କିଛି ସୁଫଳ ମିଳି ପାରି ନାହିଁ । ଏହାର ୧୦ ଦିନ ମଧ୍ୟରେ ଯଦି ସମାଧାନ ନ ହୁଏ ତାହା ହେଲେ ରାସ୍ତାରୋକ ଆନ୍ଦୋଳନ କରାଯିବ ବୋଲି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପ୍ରଶାସନ କୁ ଚେତାବନୀ ଦେଇଛନ୍ତି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments