ସୋନପୁର ବ୍ଲକ ବିଶିମୁଣ୍ଡା ରେ ଯୁଗ୍ମ ଅଭିଯୋଗ ଶୁଣାଣି : ୨୭ଟି ଦରଖାସ୍ତ ଗ୍ରହଣ

Date:

Share post:

ସୁବର୍ଣ୍ଣପୁର, (୦୮/୦୬) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକର ବିଶିମୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ସର୍ବମୋଟ ୨୭ (ସତେଇଶ)ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥିମଧ୍ୟରୁ ୧୭ (ସତର)ଟି ବ୍ୟକ୍ତିଗତ ଏବଂ ୧୦ (ଦଶ)ଟି ସାମୂହିକ ଦରଖାସ୍ତ ଥିଲା। ୩ (ତିନି)ଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ରହିଥିଲା । ଅନ୍ୟାନ୍ୟ ସମସ୍ତ ଦରଖାସ୍ତକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି ।

ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ସୋନପୁର ଉପ ଜିଲ୍ଲାପାଳ ଡ଼ ସୌମ୍ୟ ରୁପା ରଥ, ସୋନପୁର ବିଡିଓ ପ୍ରତୀକ କରଙ୍କ ସମେତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଉଷାରାଣୀ ଦାସ ପ୍ରମୁଖ ମଞ୍ଚାସୀନ ଥିଲେ । ଏହି ଶିବିରରେ ସହକାରୀ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ତଥା ସେମାନଙ୍କ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

spot_img

Related articles

ଉତ୍ତର-ଉପକୂଳ ଛୁଇଁଲା ମୌସୁମି

ଭୁବନେଶ୍ବର, (୧୭/୦୬) : ଆପ୍ର : ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଉତ୍ତର-ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକୁ ସ୍ପର୍ଶ କରିଥିବା ବେଳେ ଦକ୍ଷିଣ-ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାକୁ...

୨୮ରୁ ଓଟିଇଟି

କଟକ, (୧୭/୦୬) : ଆପ୍ର : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୬ ବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ଟେଷ୍ଟ (ଓଟିଇଟି)...

ରଥଯାତ୍ରା ସଂପର୍କିତ ପ୍ରସ୍ତୁତି ବୈଠକର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, (୧୭/୦୬) : ଆପ୍ର : ପୁରୀ ରଥଯାତ୍ରା ସଂପର୍କିତ ପ୍ରସ୍ତୁତି ଲାଗି ବିଭିନ୍ନ କାର୍ଯ୍ୟ ଅଗ୍ରଗତି ନେଇ ବୈଠକରେ ମୁଖ୍ୟ ଶାସନ ସଚିବ...

ରାମକୃଷ୍ଣ ନଗରରେ ରଜ ମଉଜ ପାଳିତ

ରାୟଗଡା, (୧୭/୦୬) : ଆପ୍ର : ବିବିଧତା ଭିତରେ ଏକତା, ସ୍ନେହ ଶ୍ରଦ୍ଧା, ଆନ୍ତରିକତା ଓ ଆତ୍ମୀୟତାର ପରିଚୟ ଦେଇଛି ରଜ ପର୍ବ ।...