ସୁବର୍ଣ୍ଣପୁର, (୩୦/୦୬) : ଆପ୍ର : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ।
ଏହି ଶିବିରରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୧୩୩ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୧୧୬ଟି ବ୍ୟକ୍ତିଗତ ଓ ୧୭ଟି ସାମୁହିକ ଦରଖାସ୍ତ ଥିଲା । ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଛି ।
ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ଉପ ଜିଲ୍ଲାପାଳ ସୁରେନ୍ଦ୍ର ମେହେର, ତହସିଲଦାର ସୁଚିସ୍ମିତା ପାଣିଗ୍ରାହୀ ପ୍ରମୁଖ ମଞ୍ଚାସୀନ ଥିଲେ । ବୀରମହାରାଜପୁର ବିଡ଼ିଓ ରାଜୀବ ହାଂସଦାଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଉଷାରଣୀ ଦାସ, ସହାୟକ କଲେକ୍ଟର (ଅଭିଯୋଗ) ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

