ସୁବର୍ଣ୍ଣପୁର, (୨୨/୦୭) : ଆପ୍ର : ରାଜ୍ୟର ବେସରକାରୀ ଅନୁଦାନପ୍ରାପ୍ତ ଓ ଅଣଅନୁଦାନ ମହାବିଦ୍ୟାଳୟରେ ୨୦୦୮ ରୁ ୨୦୧୮ ମଧ୍ୟରେ ପରିଚାଳନା କମିଟି ଦ୍ୱାରା ନିଯୁକ୍ତ ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଦରମା ଦେବାକୁ ମହାବିଦ୍ୟାଳୟ ଅସମର୍ଥ ହୋଇପଡ଼ିଛି ।
ତେଣୁ ଏହି ଅଧ୍ୟାପକ କର୍ମଚାରୀଙ୍କୁ ରାଜ୍ୟ ସରକାର ଅନୁଦାନ ପରିସରଭୁକ୍ତ କରିବା ଜରୁରି ହୋଇପଡ଼ିଛି ବୋଳି ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ପକ୍ଷରୁ ଦୀର୍ଘ ଦିନ ଧରି ଦାବି ହେଉଥିଲା । ତେବେ ସରକାର ସେମାନଙ୍କ ଦାବି ଶୁଣୁ ନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ସୁବର୍ଣ୍ଣପୁର ଜିଲ୍ଲା ସଂଘ ପକ୍ଷରୁ ପ୍ରଦାନ କରାଯାଇଛି ।
ଜିଲ୍ଲାପାଳଙ୍କୁ ଭେଟି ନିଜର ଦାବି ଜଣାଇଛନ୍ତି ସଙ୍ଘର ସେମାନଙ୍କ ଦାବି ପୂରଣ ନ କଲେ ବହୁ ଅଧ୍ୟାପକ ଓ ଅଧ୍ୟାପିକା ମାନେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି । ଉକ୍ତ ଦାବିପତ୍ର ପ୍ରଦାନ ବେଳେ ରାଜ୍ୟ ବେସରକାରୀ ଅଧ୍ୟାପକ ଅ କର୍ମଚାରୀ ସଙ୍ଘର ଜିଲ୍ଲା ସଂଯୋଜକ ଅଧ୍ୟାପକ ଉଦ୍ଧବ ପଧାନ, ବିଶ୍ୱନାଥ ମିଶ୍ର, ସୁଶାନ୍ତ ଦେହୁରୀ, ସନ୍ତୋଷିନୀ ନାୟକ, ବାଳମକୁନ୍ଦ ବାରିକ, ରାଜୀବ ମହାପାତ୍ର, ଶରତ କହ୍ନର, ସନ୍ଧ୍ୟାଦୀପା ଗୁରୁ, ଭୁବନେଶ୍ୱର ବେହେରା ସମେତ ବହୁ ଅଧ୍ୟାପକ ଅଧ୍ୟାପିକା ମାନେ ଉପସ୍ଥିତ ଥିଲେ ।

