Homelocalଲଘୁଚାପ ପ୍ରଭାବରେ ଭୀଷଣ ବର୍ଷା ଆଶଙ୍କା, ୬ ଜିଲ୍ଲାକୁ ରେଡ୍ ଆଲର୍ଟ

ଲଘୁଚାପ ପ୍ରଭାବରେ ଭୀଷଣ ବର୍ଷା ଆଶଙ୍କା, ୬ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର, (୨୬/୦୭) : ଆପ୍ର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ଆଶଙ୍କା ସୃଷ୍ଟି ହୋଇଛି ।

ଆସନ୍ତା ଦୁଇ ଦିନ ମଧ୍ୟରେ ଏହି ଲଘୁଚାପ ଆହୁରି ଘନୀଭୂତ ହେବାର ସମ୍ଭାବନା ଥିବା ବେଳେ, ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଭୀଷଣ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୬ଟି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି । କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି ହୋଇଛି ।

ସେହିପରି ୯ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଏବଂ ଆଉ ୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ଭୀଷଣ ବର୍ଷା ସମ୍ଭାବନା ଥିବାରୁ କେନ୍ଦୁଝର ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି ହୋଇଛି । ଲଘୁଚାପ ପ୍ରଭାବରେ ଉପକୂଳ ଅଞ୍ଚଳରେ ପବନ ଓ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି । ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ପ୍ରବଳ ବର୍ଷାକୁ ନଜରରେ ରଖି ଜିଲ୍ଲା ପ୍ରଶାସନଗୁଡ଼ିକୁ ସତର୍କ ରହିବା ସହ ଆବଶ୍ୟକ ପ୍ରସ୍ତୁତି ନେବାକୁ କୁହାଯାଇଛି । ସମ୍ଭାବ୍ୟ ବନ୍ୟା, ଜଳବନ୍ଦୀ ଓ ଅନ୍ୟାନ୍ୟ ପ୍ରାକୃତିକ ସମସ୍ୟା ଉପରେ ପ୍ରଶାସନ ନଜର ରଖିଛି ।

 

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments