Homelocalଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (୦୮/୦୬) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ସ୍ଥିତ ଡୁଙ୍ଗୁରିପାଲିରେ କୁଶଳେଶ୍ୱର ଉଚ୍ଚ ବିଦ୍ୟାଳୟରେ ଏବଂ ବିନିକା ବ୍ଲକ ଅନ୍ତର୍ଗତ ଶଙ୍କରା ସ୍ଥିତ ବ୍ରଜବିହାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି ।

ଏହି ଅବସରରେ ବିନିକା ର ଶଙ୍କରା ବ୍ରଜବିହାରୀ ଉଚ୍ଚ ବିଦ୍ୟାଳୟରେ ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବେଳେ ଡୁଙ୍ଗୁରିପାଲି ସ୍ଥିତ କୁଶଳେଶ୍ୱର ଉଚ୍ଚ ବିଦ୍ୟାଳୟ ରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲପାଳ ଡ଼ ନୃପରାଜ ସାହୁ ଯୋଗ ଦେଇଥିଲେ । ପୂଜାର୍ଚ୍ଚନା ପରେ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନଫରେନ୍ସ ମାଧ୍ୟମରେ ରାଜ୍ୟର ୨୦୪ଟି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ସାଂସଦ ଙ୍କ ପ୍ରତିନିଧି ସାନନ୍ଦ ମେହେର, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ (ରାଜସ୍ବ), ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅଞ୍ଜଳୀନା ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ମିନାରାଣୀ ମଙ୍ଗଳ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର ଙ୍କ ସମେତ ଶିକ୍ଷକ-ଶିକ୍ଷୟିତ୍ରୀ, ମିଶନ ଶକ୍ତିର ମହିଳା ସଦସ୍ୟା, ଗ୍ରାମବାସୀ ଏବଂ ଶତାଧିକ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments