କାଠଯୋଡ଼ିରେ ମହିଳାଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Date:

Share post:

କଟକ, (୦୪/୦୬) : ଆପ୍ର : କାଠଯୋଡ଼ିରେ ଭାସୁଛି ଯୁବତୀଙ୍କ ମୃତଦେହ । ବ୍ରିଜ ନିକଟରେ ପଡ଼ିଛି ଯୁବତୀଙ୍କ ବ୍ୟାଗ ଓ ଚପଲ ।

କଟକ ତ୍ରିଶୁଳିଆ ସ୍ଥିତ କାଠଯୋଡ଼ିରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳୁ ସ୍ଥାନୀୟ ଲୋକେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ଏପର୍ଯ୍ୟନ୍ତ ଯୁବତୀଙ୍କ ପରିଚୟ ମିଳିପାରିନାହିଁ । ତେବେ ଯୁବତୀ ଜଣକ ଜୀବନ ହାରିଛନ୍ତି ନା ତାଙ୍କୁ କିଏ ହତ୍ୟା କରି ଫିଙ୍ଗିଦେଇଛି କାରଣ ଅସ୍ପଷ୍ଟ ରହିଛି । ତେବେ ଏ ପର୍ଯ୍ୟନ୍ତ ଯୁବତୀଙ୍କ ପରିଚୟ ମିଳିପାରିନାହିଁ ।

ସେପଟେ ଘଟଣାସ୍ଥଳରେ ବାରଙ୍ଗ ଥାନା ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଜବତ କରି କଟକ ବଡ଼ମେଡ଼ିକାଲ ପଠାଇଛନ୍ତି । ଯୁବତୀ ଜଣଙ୍କର କେମିତି ମୃତ୍ୟୁ ହେଲା ତାକୁ ନେଇ ସନ୍ଦେହ ବଢ଼ିଛି । ସକାଳୁ ମର୍ଣିଂ ୱାକ କରୁଥିବା ଲୋକ ଦେଖି ପୁଲିସକୁ ଖବର ଦେଇଥିଲେ । ମୃତ ଯୁବତୀଙ୍କ ବ୍ୟାଗରୁ ମିଳିଥିବା ଡକ୍ଟର ପ୍ରେସକିପସନରୁ ଯୁବତୀଙ୍କ ପରିଚୟ ମିଳିଛି । ବ୍ୟାଗରୁ ପୋଲିସକୁ ମୋବାଇଲ ମଧ୍ୟ ମିଳିଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ବରଗଡ଼ରେ ସରକାରୀ ବ୍ୟବସ୍ଥାର ବିକଳ ଚିତ୍ର: ମିଳିଲାନି ଶବବାହୀ ଗାଡ଼ି, ବାଧ୍ୟ ହୋଇ ସାଇକେଲରେ ଶବ ବୋହିଲେ ପରିବାର ଲୋକ

ବରଗଡ, (୨୬/୦୬) : ଆପ୍ର : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗାଁ'ରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି ।...

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା, ୮ ରାଉଣ୍ଡ ଗୁଳି ମାଡ଼

ବାଲେଶ୍ଵର, (୨୬/୦୬) : ଆପ୍ର : ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା । ଗୋଟିଏ କି ଦୁଇଟି ନୁହେଁ ଆଠଟି ଗୁଳି...

ପୁରୀ ସମୁଦ୍ରରେ ଅଘଟଣ, ବୁଡ଼ିଯାଉଥିବା ବେଳେ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ, (୨୬/୦୬) : ଆପ୍ର : ବୁଡ଼ିଯାଉଥିବା ବେଳେ ପର୍ଯ୍ୟଟକ ଉଦ୍ଧାର । ପୁରୀ ସମୁଦ୍ରରେ ବୁଡ଼ିଯାଉଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ । କ୍ୟାମେରାରେ...

ମଣ୍ଡିରୁ ଉଠୁନି ଧାନ, ଚିନ୍ତାରେ ଚାଷୀ

ସୁବର୍ଣ୍ଣପୁର, (୨୬/୦୬) : ଆପ୍ର : ମଣ୍ଡିରେ ପଡ଼ିଛି ଧାନ । ଚିନ୍ତାରେ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର ଅଞ୍ଚଳର ଚାଷୀ । ୧୫ଦିନ...