ମୋନରମା ଦଳେଇଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

Date:

Share post:

ରାୟଗଡ଼ା, (୨୨/୦୬) : ଆପ୍ର : ରାୟଗଡା ଜିଲ୍ଲାର ବରିଷ୍ଠ ସାମ୍ବାଦିକ ରଶ୍ମିରଞ୍ଜନ ଦୋରାଙ୍କ ମାତା ସ୍ୱର୍ଗତା ମୋନରମା ଦୋରାଙ୍କର ଗତ ୭ ତାରିଖରେ ପରଲୋକ ଘଟିଥିଲା ।

ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ବାଲୁଙ୍କେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଏକ ଶ୍ରଦ୍ଧାଞ୍ଜଳି ସଭା ଓ ପ୍ରସାଦ ସେବନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ଅବସରରେ ବଡ଼ଖବରର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ, ସାଂସଦ ସପ୍ତଗିରୀ ଶଙ୍କର ଉଲ୍ଲାକା, ବିଧାୟକ କାଡ୍ରାକା ଆପାଲାସ୍ୱାମୀ, ବରିଷ୍ଠ ସାମ୍ବାଦିକ ଡଃ ବାଦାଲ କୁମାର ତା , କଂଗ୍ରେସ ନେତା ଦୁର୍ଗା ପ୍ରସାଦ ପଣ୍ଡା, ପ୍ରମୁଖ ଉପସ୍ଥିତ ରହି ସ୍ୱର୍ଗତ ମନୋରମା ଦୋରାଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

ସେହିପରି ପରିବାର ପକ୍ଷରୁ ବଡ଼ପୁଅ ଜଗଦୀଶ ଚନ୍ଦ୍ର ଦୋରା, ସାନପୁଅ ରଶ୍ମିରଞ୍ଜନ ଦୋରା, ଝିଅ ସଂଯୁକ୍ତା ପାଢ଼ୀ, ଜ୍ୱାଇଁ ଅବସର ପ୍ରାପ୍ତ ବିଚାରପତି ବିରଞ୍ଚି ପ୍ରସାଦ ପାଢ଼ୀ, ଦୁଇ ବୋହୂ, ନାତି-ନାତୁଣୀ ଏବଂ ଅନ୍ୟାନ୍ୟ ପରିବାର ସଦସ୍ୟ ଉପସ୍ଥିତ ହୋଇ ସ୍ୱର୍ଗତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଶେଷରେ ସମସ୍ତ ଉପସ୍ଥିତ ଅତିଥି ଓ ଶୁଭେଚ୍ଛୁମାନେ ପ୍ରସାଦ ସେବନ କରି ସ୍ୱର୍ଗତା ମନୋରମା ଦୋରାଙ୍କ ଅମର ଆତ୍ମାର ଶାନ୍ତି କାମନା କରିଥିଲେ ।

LEAVE A REPLY

Please enter your comment!
Please enter your name here

spot_img

Related articles

ଚିକିତ୍ସାଳୟରୁ ନବଜାତ ଶିଶୁ ଚୋରି ଅଭିଯୋଗ, ଥାନାର ଦ୍ୱାରସ୍ଥ ହେଲେ ଦମ୍ପତି

ଉମରକୋଟ, (୨୨/୦୬) : ଆପ୍ର : ଚିକିତ୍ସାଳୟରୁ ନବଜାତ ଶିଶୁ ଚୋରି ଅଭିଯୋଗ । ଥାନାର ଦ୍ୱାରସ୍ଥ ହେଲେ ଦମ୍ପତି । ନବରଙ୍ଗପୁର ଜିଲ୍ଲା ଉମରକୋଟ...

କେନ୍ଦୁଝରରେ ଦନ୍ତା ଆତଙ୍କ, ହାତୀ ଚଳପ୍ରଚଳ କରିବାକୁ ନେଇ ଲୋକେ ଛାନିଆ

ବାଂଶପାଳ, (୨୨/୦୬) : ଆପ୍ର : କେନ୍ଦୁଝରରେ ଦନ୍ତା ଆତଙ୍କ । ଶୁଆକାଟୀ OMC ଖଣି ବାଇପାସ୍ ରାସ୍ତାରେ ହାତୀ ଚଳପ୍ରଚଳ କରିବାକୁ ନେଇ...

ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କ ନାଁ’ରେ ମାମଲା ରୁଜୁ

ବ୍ରହ୍ମପୁର, (୨୨/୦୬) : ଆପ୍ର : ଗଞ୍ଜାମ ଗୋଳନ୍ଥରା ଥାନା ଗାନ୍ଧୀ କଲେଜରେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ପୁରୁଷ ବନ୍ଧୁଙ୍କ ନାଁ'ରେ...

ଜୁନ୍ ୨୫ରୁ ତୃତୀୟ ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ, ୨୮ ତାରିଖ ଯାଏଁ ଚାଲିବ

ଭୁବନେଶ୍ୱର, (୨୨/୦୬) : ଆପ୍ର : ଭୁବନେଶ୍ୱରରେ ଆରମ୍ଭ ହେବାକୁ ଯାଉଛି ତୃତୀୟ ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ । ଜୁନ୍ ୨୫ ତାରିଖରୁ ଆରମ୍ଭ...