ସୁବର୍ଣ୍ଣପୁର, (୧୭/୦୮) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗରିପାଲି ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଡୁଙ୍ଗୁରିପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ।
ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଲିଳିମା ଲଳିତା ବାରଲା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୪୪ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୩୧ଟି ବ୍ୟକ୍ତିଗତ ଓ ୧୩ଟି ସାମୁହିକ ଦରଖାସ୍ତ ଥିଲା ଏବଂ ଗୋଟିଏ ଦରଖାସ୍ତର ତୁରନ୍ତ ସମାଧାନ ହୋଇଥିଲା ।
ଅନ୍ୟାନ୍ୟ ସମସ୍ତ ଦରଖାସ୍ତଗୁଡିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଛି । ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ବ୍ଲକ ଅଧକ୍ଷା ଅହଲ୍ୟା ସାହୁ, ଅତିରିକ୍ତ ତହସିଲଦାର ରୋହିତ ବାଗ, ପ୍ରମୁଖ ମଞ୍ଚାସିନ ଥିଲେ । ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଡୁଙ୍ଗରିପାଲି ଶ୍ରୀ ସଂଜୀବ କୁମାର ସାହୁ ଦ୍ୱାରା ଆୟୋଜିତ ଏହି ଶିବିରରେ ଡ଼ି.ଏମ.ଓ ତଥା ସୁପେରିଟେଣ୍ଡେଟ ଚିକିତ୍ସାଳୟ ସୋନପୁର, ଦୁର୍ଗା ଦତ୍ତ ଦାସ, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

