Homelocalଉଲୁଣ୍ଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ : ୪୨ଟି ଅଭିଯୋଗର ଦରଖାସ୍ତ ଗ୍ରହଣ

ଉଲୁଣ୍ଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ : ୪୨ଟି ଅଭିଯୋଗର ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (୨୪/୦୮) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ।

ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ କେ. କେ. ହରି ପ୍ରସାଦ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ସର୍ବମୋଟ ୪୨ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୨୯ଟି ବ୍ୟକ୍ତିଗତ ଓ ୧୩ଟି ସାମୁହିକ ଦରଖାସ୍ତ ଗ୍ରହଣ ହୋଇଥିଲା ।ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ବୀରମହାରାଜପୁର ଉପ ଜିଲ୍ଲାପାଳ ସୁରେନ୍ଦ୍ର ମେହେର, ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ଉଷାରାଣୀ ଦାଶ, ବୀରମହାରାଜପୁର ଏସଡିପିଓ ହେମନ୍ତ ରାଓ ପ୍ରମୁଖ ମଞ୍ଚାସିନ ଥିଲେ । ଉଲୁଣ୍ଡା ବିଡିଓ ଦିଲ୍ଲୀପ କୁମାର ବାରା ଦ୍ୱାରା ଆୟୋଜିତ ଏହି ଶିବିରରେ ତହସିଲଦାର ମମତା ମେହେର, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments