Homelocalତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଦରଖାସ୍ତ ଗ୍ରହଣ

ତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (୩୧/୦୮) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ତରଭା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2026 09 01 at 15.21.19 1

ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଅଞ୍ଜଳୀନ ପ୍ରଧାନ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଲଳିତା ଲିଳିମା ବାର୍ଲା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ସର୍ବମୋଟ ୨୩ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥିମଧ୍ୟରୁ ୧୭ଟି ବ୍ୟକ୍ତିଗତ ଏବଂ ୬ଟି ସାମୂହିକ ଦରଖାସ୍ତ ଥିଲା । ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି ।

ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ତରଭା ତହସିଲଦାର ଶ୍ୱେତାଲିନା ମାହାନା , ଥାନା ଅଧିକାରୀ ଡୋଳାମଣି ନାଏକ ଉପସ୍ଥିତ ଥିଲେ । ତରଭା ବିଡିଓ ଶିବାନନ୍ଦ କର୍ମୀଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ, ସହକାରୀ କଲେକ୍ଟର (ଜନ ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments