Homelocalଉଲୁଣ୍ଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୧୩୮ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ଉଲୁଣ୍ଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୧୩୮ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (୧୩/୦୭) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏହି ଶିବିରରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ସର୍ବମୋଟ ୧୩୮ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୧୧୯ଟି ବ୍ୟକ୍ତିଗତ ଏବଂ ୧୭ଟି ସାମୂହିକ ଦରଖାସ୍ତ ଥିଲା ଏବଂ ୨ଟି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ଆସିଥିଲା । ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ବୀରମହାରାଜପୁର ଉପ ଜିଲ୍ଲାପାଳ ସୁରେନ୍ଦ୍ର ମେହେର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ଉଷାରାଣୀ ଦାସ, ଉଲୁଣ୍ଡା ବିଡିଓ ଦିଲ୍ଲୀପ ବାଡାଙ୍କ ପ୍ରମୁଖ ମଞ୍ଚାସୀନ ଥିଲେ। ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments