Homelocalରାଇକିଆ ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି; ୭୩ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ରାଇକିଆ ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି; ୭୩ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ରାଇକିଆ, (୧୫/୦୭) : ଆପ୍ର : କନ୍ଧମାଳ ଜିଲ୍ଲାର ରାଇକିଆ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି ।

ଏହି ଶିବିରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ସର୍ବମୋଟ ୭୩ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୩୫ଟି ବ୍ୟକ୍ତିଗତ ଏବଂ ୩୮ଟି ଗୋଷ୍ଟୀ ଗତ ଦରଖାସ୍ତ ଥିଲା । ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି । ଏହି କାର୍ଯ୍ୟ ପାଇଁ ସମସ୍ତ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments