Homelocalତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୭୬ଟି ଅଭିଯୋଗର ଦରଖାସ୍ତ ଗ୍ରହଣ

ତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୭୬ଟି ଅଭିଯୋଗର ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (୨୦/୦୭) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ତରଭା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ସୋନପୁର ଉପଖଣ୍ଡ ପୁଲିସ ଅଧିକାରୀ କଲ୍ୟାଣୀ ବେହେରା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୭୬ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥିମଧ୍ୟରୁ ୬୨ଟି ବ୍ୟକ୍ତିଗତ ଏବଂ ୧୪ଟି ସାମୂହିକ ଦରଖାସ୍ତ ଥିଲା । ଅନ୍ୟାନ୍ୟ ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି ।

ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ତରଭା ତହସିଲଦାର ସୁଶ୍ରୀ ଶ୍ୱେତାଲିନା ମାହାନା । ତରଭା ବିଡିଓ ଶିବାନନ୍ଦ କର୍ମୀଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଉଷାରାଣୀ ଦାସ, ସହକାରୀ କଲେକ୍ଟର (ଜନ ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments