ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ : ୪ ଅଭିଯୁକ୍ତ ଗିରଫ, କୋର୍ଟ ଚାଲାଣ

Date:

Share post:

ପାଟଣାଗଡ଼, (୧୬/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଘଟଣାରେ ପାଟଣାଗଡ଼ ପୋଲିସ ଚାରି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।

ସୂଚନା ଅନୁଯାୟୀ, ପାଟଣାଗଡ଼ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ତାଙ୍କ ପ୍ରେମିକ ଡାକିଥିଲେ । ପରେ ପ୍ରେମିକ ସମେତ ଅନ୍ୟ ତିନି ଜଣ ମିଶି ଯୁବତୀଙ୍କୁ ଗଣଦୁଷ୍କର୍ମ କରିଥିବା ନେଇ ପାଟଣାଗଡ଼ ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରି ପଣ୍ଡାମୁଣ୍ଡା ଗ୍ରାମର ଚାରି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ପରେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସୂଚନା ଦେଇଛନ୍ତି ପାଟଣାଗଡ଼ ଏସ୍‌ଡିପିଓ ସଦାନନ୍ଦ ପୂଜାରୀ । ପୋଲିସ ପକ୍ଷରୁ ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ଜଣାପଡିଛି ।

 

LEAVE A REPLY

Please enter your comment!
Please enter your name here

spot_img

Related articles

ସୁନ୍ଦରଗଡ଼ରେ ଭୟଙ୍କର ଟ୍ରେଲର ଧକ୍କା, ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ

ସୁନ୍ଦରଗଡ଼, (୧୬/୦୬) : ଆପ୍ର : ଜୀଅନ୍ତା ଜଳିଗଲେ ଦୁଇ ଟ୍ରକ ଡ୍ରାଇଭର । ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା କଇଁତରା ବିଜୁ ଏକ୍ସପ୍ରେସ...

ଦିଘାରୁ ହଟିଲା ‘ଧାମ’ ଶବ୍ଦ: ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଭୁବନେଶ୍ୱର, (୧୬/୦୬) : ଆପ୍ର : ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଏବଂ ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା ପାଇଁ ଦୃଢ଼ ପଦକ୍ଷେପ...

ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ ଛଅ ଦୁର୍ବୁତ୍ତ

ଅନୁଗୁଳ, (୧୬/୦୬) : ଆପ୍ର : ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ନନ୍ଦପୁର ଛକ ଠାରେ ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ...

ପାରିବାରିକ କଳହରୁ କୀଟନାଶକ ଖାଇ ଆତ୍ମହତ୍ୟା

ପାଟଣା, (୧୬/୦୬) : ଆପ୍ର : ଘଟଗାଁ ଥାନା ଢେଙ୍କିକୋଟ ପୁଲିସ ଅଞ୍ଚଳ ଛତିଆ ଗ୍ରାମର ଘନଶ୍ୟାମ ମୁଣ୍ଡା(୩୦)କୀଟନାଶକ ଖାଇ ମୃତ୍ୟୁବରଣ କରିଛନ୍ତି । ଘନଶ୍ୟାମଙ୍କ...