Homelocalରଥଯାତ୍ରା ଦିନ ପୁରୀରେ ୨ ଜଣଙ୍କ ମୃତ୍ୟୁ ଘଟଣା : ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷର...

ରଥଯାତ୍ରା ଦିନ ପୁରୀରେ ୨ ଜଣଙ୍କ ମୃତ୍ୟୁ ଘଟଣା : ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ, (୨୧/୦୭) : ଆପ୍ର : ଚଳିତ ରଥଯାତ୍ରା ଦିନ ପୁରୀରେ ଅସୁସ୍ଥତା କାରଣରୁ ଦୁଇ ଜଣଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଜନଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦେବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏହି ରାଶି ପ୍ରଦାନ କରାଯିବ ।ପ୍ରକାଶଯୋଗ୍ୟ, ଚଳିତବର୍ଷ ରଥଯାତ୍ରା ଦିନ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିଲା । ଭିଡ଼ ଭିତରେ ଅଣନିଶ୍ବାସୀ ହୋଇ ଅନେକ ଶ୍ରଦ୍ଧାଳୁ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଏମାନଙ୍କ ମଧ୍ୟରେ ଥିବା କଟକର ଅନୀଲ ଦାସ ଏବଂ ମୁମ୍ବାଇର ଅଶୋକ ସୁବାଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି । ତେବେ ଉଭୟଙ୍କ ପରିବାର ପାଇଁ ଅନୁକମ୍ପା ରାଶି ୧୦ ଲକ୍ଷ ଟଙ୍କା ଲେଖାଏଁ ଘୋଷଣା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments