Homelocalଲଘୁଚାପ ପ୍ରଭାବରେ ଦୁଇଦିନ ବର୍ଷା, ୧୨ରୁ କମିବ ବର୍ଷା ପରିମାଣ

ଲଘୁଚାପ ପ୍ରଭାବରେ ଦୁଇଦିନ ବର୍ଷା, ୧୨ରୁ କମିବ ବର୍ଷା ପରିମାଣ

ଭୁବନେଶ୍ବର, (୧୧/୦୯) : ଆପ୍ର : ଲଘୁଚାପ ପ୍ରଭାବରେ ଦୁଇ ଦିନ ବର୍ଷା। ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର ।

ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି । ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ଅତିପ୍ରବଳ ବର୍ଷା ପାଇଁ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାପରେ କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ନୂଆପଡ଼ା, ୱଲାଙ୍ଗିର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ଆସନ୍ତାକାଲି ମଧ୍ୟ କଳାହାଣ୍ଡି ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କେବଳ ବର୍ଷା ନୁହେଁ, ବଜ୍ରପାତ ଓ ଝଟକା ପବନ ପାଇଁ ମଧ୍ୟ ସତର୍କ ରହିବାକୁ ପଡ଼ିବ । ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଟକା ପବନ ବହିପାରେ । ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ଓଡ଼ିଶା ଉପକୂଳ ଓ ସଲଗ୍ନ ସମୁଦ୍ର ଅଞ୍ଚଳ ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଛି। ୧୨ ତାରିଖରୁ କମିବ ବର୍ଷା ପରିମାଣ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments