Homelocalଅକ୍ଟୋବର ୧୩ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ୧୪ରୁ ବଢ଼ିବ ବର୍ଷା

ଅକ୍ଟୋବର ୧୩ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ୧୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, (୧୧/୧୦) : ଆପ୍ର : ରାଜ୍ୟରେ ବର୍ତ୍ତମାନ ବର୍ଷାର ପରିମାଣ କମ୍ ରହିଥିବାବେଳେ ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଆସନ୍ତା କିଛି ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିପାରେ । ବିଶେଷକରି ଅକ୍ଟୋବର ୧୪ରୁ ଉପକୂଳ ଓଡ଼ିଶା ଏବଂ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷା ବଢ଼ିବାର ପୂର୍ବାନୁମାନ ରହିଛି । ପାଣିପାଗ ସୂଚନା ଅନୁଯାୟୀ, ବର୍ତ୍ତମାନ ବାଂଲାଦେଶ ଓ ଏହାର ସଂଲଗ୍ନ ଅଞ୍ଚଳ ଉପରେ ଏକ ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗର ଅଞ୍ଚଳକୁ ପ୍ରଭାବିତ କରିବା ସହ ଲଘୁଚାପ ସୃଷ୍ଟି ପାଇଁ ଅନୁକୂଳ ପରିସ୍ଥିତି ତିଆରି କରିପାରେ ।

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଢେଙ୍କାନାଳ ଜିଲ୍ଲାର ଭୁବନରେ ସର୍ବାଧିକ ୧୨ ମିଲିମିଟର ବର୍ଷା ରେକର୍ଡ ହୋଇଛି । ତାପମାତ୍ରା କ୍ଷେତ୍ରରେ ପାରଳାଖେମୁଣ୍ଡିରେ ସର୍ବାଧିକ ୩୬.୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ ହୋଇଥିବାବେଳେ ଭୁବନେଶ୍ୱରରେ ୩୪.୮ ଡିଗ୍ରୀ ଏବଂ କଟକରେ ୩୩.୪ ଡିଗ୍ରୀ ସେଲ୍‌ସିୟସ୍‌ ରହିଛି । ରବିବାର ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର ଏବଂ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହୋଇପାରେ । ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା ଥିବାରୁ ୟେଲୋ ୱାର୍ଣିଁ ଜାରି କରାଯାଇଛି ।

ଅକ୍ଟୋବର ୧୨ରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଗଜପତି ଓ ଗଞ୍ଜାମର କେତେକ ସ୍ଥାନରେ ବର୍ଷା ହୋଇପାରେ। ଅକ୍ଟୋବର ୧୩ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି । ଅକ୍ଟୋବର ୧୪ରେ ଉପକୂଳ ଓଡ଼ିଶା ଓ ଏହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷାର ପରିମାଣ ବଢ଼ିପାରେ । ଅକ୍ଟୋବର ୧୬ରେ ଉତ୍ତର ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ ଅଧିକ ଅଞ୍ଚଳରେ ବର୍ଷା ହୋଇପାରେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments