ଭୁବନେଶ୍ୱର, (୧୯/୦୮) : ଆପ୍ର : ପୁଣି ଆସୁଛି ଲଘୁଚାପ । ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ । ଆସନ୍ତା ୨୨ ଓ ୨୩ ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ।
ପ୍ରଭାବରେ ୨୨ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା । ଏପଟେ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ସକ୍ରିୟ ଅବପାତ । ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୨ କି.ମି. ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ପ୍ରଭାବରେ ୪ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ଅରେଞ୍ଜ ଆଲର୍ଟ ଜାରି କରିଛି । ଏଥିସହ ମୟୂରଭଞ୍ଜ, ଅନୁଗୁଳ, ସୋନପୁର, ବଲାଙ୍ଗୀରରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲିଠୁ କମିବ ବର୍ଷାର ପରିମାଣ ।

