Homelocalଲମତାପୁଟରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଓ ଚେକ୍ ବଣ୍ଟନ

ଲମତାପୁଟରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଓ ଚେକ୍ ବଣ୍ଟନ

କୋରାପୁଟ, (୦୫/୧୦) : ଆପ୍ର : କୋରାପୁଟ ଜିଲ୍ଲାର ଲମତାପୁଟ ପଞ୍ଚାୟତ ସମିତି ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି ।WhatsApp Image 2026 10 06 at 10.52.37 1

ଏହି ଶିବିରରେ ମୋଟ ୮୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ଏବଂ ୫୮ଟି ଗୋଷ୍ଠୀଗତ ଅଭିଯୋଗ ରହିଥିଲା । ତନ୍ମଧ୍ୟରୁ ୧୯ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ମନୋଜ ସତ୍ୟୱାନ ମହାଜନ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିବା ସହ ସେଗୁଡ଼ିକର ତ୍ୱରିତ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ । ଶୁଣାଣିରେ, ଉପଜିଲ୍ଲାପାଳ, କୋରାପୁଟ ସୁଶ୍ରୀ ଫାବି ରଶିଦ, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, କୋରାପୁଟ ଶ୍ରୀ ବେଣୁଧର ସବରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ । ଏହି ଅବସରରେ ଜିଲ୍ଲାପାଳଙ୍କ ଦ୍ୱାରା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର ମହିଳା ସଦସ୍ୟମାନଙ୍କୁ ଆର୍ଥିକ ସଶକ୍ତିକରଣ ନିମନ୍ତେ ଚେକ୍ ବଣ୍ଟନ କରାଯାଇଥିଲା। ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ସମାଧାନ ସହ ସରକାରୀ ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚାଇବା ଉପରେ ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଇଥିଲା ।WhatsApp Image 2026 10 06 at 10.52.38

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments