Homelocalଏଣିକି ଲୋକସେବା ଭବନ ହେଲା ତମାଖୁମୁକ୍ତ ଅଞ୍ଚଳ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଏଣିକି ଲୋକସେବା ଭବନ ହେଲା ତମାଖୁମୁକ୍ତ ଅଞ୍ଚଳ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର, (୧୮/୦୯) : ଆପ୍ର  ଓଡ଼ିଶା ସରକାରଙ୍କ ପକ୍ଷରୁ ଏକ ବଡ଼ ଏବଂ ସ୍ୱାଗତଯୋଗ୍ୟ ପଦକ୍ଷେପ ନିଆଯାଇଛି ।

ଜନସ୍ୱାସ୍ଥ୍ୟ ସୁରକ୍ଷା ଏବଂ ସ୍ୱଚ୍ଛ ଓ ସୁସ୍ଥ ପରିବେଶ ଗଠନ ଲକ୍ଷ୍ୟରେ ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଭାବେ ଘୋଷଣା କରାଯାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନୋଟିଫିକେସନ୍‌ ଜାରି ହୋଇଛି । ନୋଟିଫିକେସନ୍‌ ଅନୁଯାୟୀ, ଲୋକସେବା ଭବନ ପରିସରରେ ଧୂମପାନ, ତମାଖୁ ସେବନ ଏବଂ ତମାଖୁ ଛେପ ପକାଇବା ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି । ଏହି ନିୟମ ଉଲ୍ଲଂଘନ କଲେ ଆଇନ ଅନୁଯାୟୀ ଦଣ୍ଡନୀୟ କାର୍ଯ୍ୟର ସମ୍ମୁଖୀନ ହେବାକୁ ପଡ଼ିବ । ବିଭାଗ ପକ୍ଷରୁ କୁହାଯାଇଛି ଯେ, ତମାଖୁ ବ୍ୟବହାର କ୍ୟାନ୍‌ସର, ହୃଦ୍‌ରୋଗ ଓ ଫୁସଫୁସଜନିତ ରୋଗ ସମେତ ବିଭିନ୍ନ ଅଣସଂକ୍ରାମକ ରୋଗର ଏକ ପ୍ରମୁଖ କାରଣ । ତମାଖୁ ବ୍ୟବହାର ଯୋଗୁଁ ଦେଶରେ ପ୍ରତିବର୍ଷ ପ୍ରାୟ ୧୩ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟୁଥିବା ନୋଟିଫିକେସନ୍‌ରେ ଉଲ୍ଲେଖ ରହିଛି ।

ଏହି ପଦକ୍ଷେପ ସମ୍ପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ‘ସ୍ୱଚ୍ଛ ଭାରତ, ସ୍ୱସ୍ଥ ଭାରତ’ ଏବଂ ‘ନିଶାମୁକ୍ତ ଭାରତ ଅଭିଯାନ’ର ଲକ୍ଷ୍ୟକୁ ସୁଦୃଢ଼ କରିବା ସହ ଲୋକସେବା ଭବନକୁ ଏକ ସ୍ୱଚ୍ଛ, ସୁସ୍ଥ ଓ ତମାଖୁମୁକ୍ତ କାର୍ଯ୍ୟସ୍ଥଳ ଭାବେ ଗଢ଼ି ତୋଳିବା ଏହାର ଉଦ୍ଦେଶ୍ୟ । ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଆଗାମୀ ପିଢ଼ିକୁ ସୁସ୍ଥ ଜୀବନ ଓ ତମାଖୁ ବିରୋଧୀ ସଚେତନତାର ବାର୍ତ୍ତା ଦେବା ପାଇଁ ସରକାରଙ୍କ ପ୍ରୟାସ ଜାରି ରହିବ । ଲୋକସେବା ଭବନ ପରିସରକୁ ତମାଖୁମୁକ୍ତ କରିବା ଏହି ଅଭିଯାନର ଏକ ପ୍ରମୁଖ ପଦକ୍ଷେପ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments