ପୁରୀ, (୦୬/୧୧) : ଆପ୍ର : ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନକୁ ଅଧିକ ସୁବ୍ୟବସ୍ଥିତ କରିବା ସହ ଭିଡ଼ ନିୟନ୍ତ୍ରଣ ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ କରିବାକୁ ଯୋଜନା ହୋଇଛି ।
ଏହି ବ୍ୟବସ୍ଥା ଦ୍ୱାରା ଘଣ୍ଟାକ ମଧ୍ୟରେ ପ୍ରାୟ ୧୦ ହଜାର ଭକ୍ତ ଦର୍ଶନ କରିପାରିବେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଯୋଜନା ଅନୁଯାୟୀ, ସାତପାହାଚ ପରେ ଗରୁଡ଼ ସ୍ତମ୍ଭରୁ ବାହାର କାଠ ମଧ୍ୟରେ ଧାଡ଼ି ଦର୍ଶନର ବ୍ୟବସ୍ଥା କରାଯିବ । ତେବେ ଏହାକୁ କାର୍ଯ୍ୟକାରୀ କରିବା ପୂର୍ବରୁ ଛତିଶା ନିଯୋଗ ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ପ୍ରସ୍ତାବିତ ବ୍ୟବସ୍ଥାର ପରିଦର୍ଶନ କରିବେ । ସେମାନଙ୍କ ଅନୁଧ୍ୟାନ ଓ ମତାମତ ପରେ ହିଁ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ କରାଯିବ । ଏହି ନୂତନ ବ୍ୟବସ୍ଥା ଲାଗୁ ହେଲେ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ ସହ ଦର୍ଶନ ପ୍ରକ୍ରିୟା ଅଧିକ ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ ହୋଇପାରିବ ବୋଲି ଆଶା କରାଯାଉଛି ।

