Homelocalସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ, ଜାରି ହେଲା ରେଡ ଆର୍ଲଟ

ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ, ଜାରି ହେଲା ରେଡ ଆର୍ଲଟ

ଭୁବନେଶ୍ୱର, (୩୧/୦୮) : ଆପ୍ର : ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ । ଜାରି ହେଲା ରେଡ ଆର୍ଲଟ । ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଉତ୍ତର ଉପକୂଳ ଓଡ଼ିଶା ସଂଲଗ୍ନ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ ସକ୍ରିୟ ରହିଛି ।

ଫଳରେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟସାରା ବର୍ଷାର ବିସ୍ତୃତି ଜାରି ରହିବ । ଆଜି ଭୀଷଣ ବର୍ଷା ପାଇଁ ସୁନ୍ଦରଗଡ଼ ଏବଂ କେନ୍ଦୁଝରକୁ ରେଡ ଆର୍ଲଟ ଜାରି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଏବଂ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ଆର୍ଲଟ ଜାରି କରାଯାଇଛି । ସେହିଭଳି ଆସନ୍ତାକାଲି ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବାକି ୬ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଚେତାବନୀ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ରହିବା ସହ ଉପକୂଳରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments