ସୁବର୍ଣ୍ଣପୁରରେ ଏସ . ଆଇ. ଆର ସଚେତନତା ରଥର ଶୁଭାରମ୍ଭ

Date:

Share post:

ସୁବର୍ଣ୍ଣପୁର, (୦୩/୦୬) : ଆପ୍ର : ସ୍ୱତନ୍ତ୍ର ସଘନ ସଂଶୋଧନ ଏସ .ଆଇ . ଆର ସମ୍ପର୍କିତ ଜନସଚେତନତା କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ ଓ ପ୍ରଭାବଶାଳୀ କରିବା ଉଦ୍ଦେଶ୍ୟରେ ଏହି ଜିଲ୍ଲାରେ ଏକ ସଚେତନତା ରଥର ଶୁଭାରମ୍ଭ କରାଯାଇଛି ।ସଚେତନତା

ଏହି ଅବସରରେ ଜିଲ୍ଲାପାଳ ଡ. ନୃପରାଜ ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅଞ୍ଜଲିନା ପ୍ରଧାନ ଉପସ୍ଥିତ ରହି ସବୁଜ ପତାକା ଦେଖାଇ ସଚେତନତା ରଥର ଶୁଭାରମ୍ଭ କରିଥିଲେ । ସ୍ୱତନ୍ତ୍ର ସଘନ ସଂଶୋଧନ ଏସ. ଆଇ . ଆର କାର୍ଯ୍ୟକ୍ରମ ଅନ୍ତର୍ଗତ ମତଦାତା ତାଲିକାର ସଠିକ ସୁନିଶ୍ଚିତ କରିବା ପାଇଁ ଜନସାଧାରଣଙ୍କ ସକ୍ରିୟ ଅଂଶଗ୍ରହଣ ଅତ୍ୟନ୍ତ ଆବଶ୍ୟକ । ଏହି ଲକ୍ଷ୍ୟକୁ ସାମ୍ନାରେ ରଖି ଶୁଭାରମ୍ଭ ହୋଇଥିବା ସଚେତନତା ରଥ ଜିଲ୍ଲାର ବିଭିନ୍ନ ବ୍ଲକ ଓ ଗ୍ରାମାଞ୍ଚଳ ପରିଭ୍ରମଣ କରି ମତଦାତା ତାଲିକା ସଂଶୋଧନ ସମ୍ପର୍କିତ ସୂଚନା ପ୍ରଦାନ କରିବ । ଏହା ମାଧ୍ୟମରେ ମତଦାତା ତାଲିକା ସଂଶୋଧନ କାର୍ଯ୍ୟରେ ସକ୍ରିୟ ସହଯୋଗ ପାଇଁ ଲୋକଙ୍କୁ ଆହ୍ୱାନ କରାଯିବ । ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ନାଗରିକଙ୍କୁ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମରେ ସହଯୋଗ କରି ଏକ ନିର୍ଭୁଲ ମତଦାତା ତାଲିକା ପ୍ରସ୍ତୁତିରେ ନିଜର ସକ୍ରିୟ ଭୂମିକା ନିର୍ବାହ କରିବାକୁ ଅନୁରୋଧ କରାଯାଇଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ବରଗଡ଼ରେ ସରକାରୀ ବ୍ୟବସ୍ଥାର ବିକଳ ଚିତ୍ର: ମିଳିଲାନି ଶବବାହୀ ଗାଡ଼ି, ବାଧ୍ୟ ହୋଇ ସାଇକେଲରେ ଶବ ବୋହିଲେ ପରିବାର ଲୋକ

ବରଗଡ, (୨୬/୦୬) : ଆପ୍ର : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗାଁ'ରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି ।...

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା, ୮ ରାଉଣ୍ଡ ଗୁଳି ମାଡ଼

ବାଲେଶ୍ଵର, (୨୬/୦୬) : ଆପ୍ର : ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା । ଗୋଟିଏ କି ଦୁଇଟି ନୁହେଁ ଆଠଟି ଗୁଳି...

ପୁରୀ ସମୁଦ୍ରରେ ଅଘଟଣ, ବୁଡ଼ିଯାଉଥିବା ବେଳେ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ, (୨୬/୦୬) : ଆପ୍ର : ବୁଡ଼ିଯାଉଥିବା ବେଳେ ପର୍ଯ୍ୟଟକ ଉଦ୍ଧାର । ପୁରୀ ସମୁଦ୍ରରେ ବୁଡ଼ିଯାଉଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ । କ୍ୟାମେରାରେ...

ମଣ୍ଡିରୁ ଉଠୁନି ଧାନ, ଚିନ୍ତାରେ ଚାଷୀ

ସୁବର୍ଣ୍ଣପୁର, (୨୬/୦୬) : ଆପ୍ର : ମଣ୍ଡିରେ ପଡ଼ିଛି ଧାନ । ଚିନ୍ତାରେ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଳାପଥର ଅଞ୍ଚଳର ଚାଷୀ । ୧୫ଦିନ...