Homeaccidentଭୟଙ୍କର ସଡ଼କ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ୩ ମୃତ

ଭୟଙ୍କର ସଡ଼କ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ୩ ମୃତ

ବାଲିଗୁଡା, (୦୪/୦୭) : ଆପ୍ର : କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅଜଣା ଗାଡ଼ି ଧକ୍କା ଦେବାରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।

ବିଳମ୍ବିତ ରାତିରେ ବାଲିଗୁଡ଼ା ଥାନା ଅଧୀନ ମହାସିଙ୍ଗି ବ୍ରିଜରେ ଏହି ଦୁର୍ଘଟଣା ଘଟିଛି । ସୂଚନାନୁଯାୟୀ, ବ୍ରିଜ ନିକଟରେ ଅଜଣା ଗାଡ଼ି ବାଇକକୁ ଧକ୍କା ଦେଇ ଚାଲିଯାଇଥିଲା । ଏତେ ଜୋରରେ ଧକ୍କା ଦେଇଥିଲା ଯେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଅନ୍ୟ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ହେଲେ ମୃତ ୩ ଜଣଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଘଟଣା ସମ୍ପର୍କରେ ଖବର ପାଇ ବାଲିଗୁଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଫେରାର ଗାଡ଼ିକୁ ଚିହ୍ନଟ କରିବା ସହ ଦୁର୍ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments