Homebreaking newsସାମାନ୍ୟ କଥା କଟାକଟିକୁ କେନ୍ଦ୍ର କରି ବରଗଡ଼ ପାତିକାରପଲ୍ଲି ଗାଁ'ରେ ଗୋଷ୍ଠୀ ସଂଘର୍ଷ, ୧୦ ଜଣ...

ସାମାନ୍ୟ କଥା କଟାକଟିକୁ କେନ୍ଦ୍ର କରି ବରଗଡ଼ ପାତିକାରପଲ୍ଲି ଗାଁ’ରେ ଗୋଷ୍ଠୀ ସଂଘର୍ଷ, ୧୦ ଜଣ ଆହତ

ବରଗଡ଼, (୧୯/୦୯) : ଆପ୍ର : ବରଗଡ଼ ପାତିକାରପଲ୍ଲି ଗାଁ’ରେ ଗୋଷ୍ଠୀ ସଂଘର୍ଷ । ଗୋଷ୍ଠୀ ସଂଘର୍ଷରେ ୧୦ ଜଣ ଆହତ । ସାମାନ୍ୟ କଥା କଟାକଟିକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ।

ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ବିଳମ୍ବିତ ରାତିରେ ଗୋଷ୍ଠୀ ସଂଘର୍ଷ ହୋଇଛି । ସାମାନ୍ୟ କଥା କଟାକଟିକୁ କେନ୍ଦ୍ର କରି ଉଭୟ ପକ୍ଷ ମଧ୍ୟରେ ଗଣ୍ଡଗୋଳର ହୋଇଥିଲା । ଯାହା ପରବର୍ତ୍ତୀ ସମୟରେ ହିଂସାତ୍ମକ ରୂପ ନେଇଥିଲା । ଉଭୟ ଗୋଷ୍ଠୀର ଲୋକେ ଅସ୍ତ୍ରଶସ୍ତ୍ର ଧରି ପରସ୍ପରକୁ ଆକ୍ରମଣ କରିଥିଲେ । ଭୁଜାଲି ଓ ଛୁରୀ ମାଡ଼ରେ ୧୦ ଭାବେ ଆହତ ହୋଇଛନ୍ତି । ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର କରାଯାଇ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିବାରୁ ବୁର୍ଲା ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳକୁ ବରଗଡ଼ ଟାଉନ୍ ଥାନା ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ତଦନ୍ତ ଆରମ୍ଭ କରିଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments