ପ୍ରେସ ଛକ ନିକଟରେ ସିରିଜ ଦୁର୍ଘଟଣା, ୨ ମୃତ

Date:

Share post:

ଭୁବନେଶ୍ୱର, (୧୬/୦୬) : ଆପ୍ର : ରାଜଧାନୀର ପ୍ରେସ ଛକ ନିକଟରେ ସିରିଜ ଦୁର୍ଘଟଣା, ୨ ମୃତ । ଏକ ଦ୍ରୁତ ଗତିରେ ଆସୁଥିବା ଏକ କାର ନିୟନ୍ତ୍ରଣ ହରାଇ ପ୍ରଥମେ ଏକ ଅଟୋକୁ ଧକ୍କା ଦେଇଥିଲା ।

ପରେ କାରଟି ଲଗାତାର ଭାବେ ତିନୋଟି ବାଇକ୍ ଓ ଗୋଟିଏ ସ୍କୁଟିକୁ ଧକ୍କା ଦେଇ ଫିଲ୍ମ ଷ୍ଟାଇଲରେ ରାସ୍ତା କଡ଼ ଆମ୍ୱ ଗଛକୁ ଧକ୍କା ଦେଇଥିଲା । ଦୁର୍ଘଟଣା ଘଟାଇ କାର ଡ୍ରାଇଭର ଘଟଣା ସ୍ଥଳରୁ ଫେରାର । ଦୁର୍ଘଟଣାରେ ୭ ଜଣରୁ ଅଧିକ ଲୋକ ଆହତ ହୋଇଥିବା ବେଳେ ୨ଜଣଙ୍କ ମୃତ୍ୟୁ ହୋଇଛି । ଘଟଣା ପରେ କିଛି ସମୟ ପାଇଁ ପ୍ରେସ ଛକ ଅଞ୍ଚଳରେ ଯାତାୟାତ ବ୍ୟାହତ ହୋଇଥିଲା । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି କ୍ଷତିଗ୍ରସ୍ତ ଗାଡ଼ିଗୁଡ଼ିକୁ ହଟାଇବା ସହ ଯାତାୟାତ ସ୍ୱାଭାବିକ କରିଥିଲା । କାରଟି କିପରି ନିୟନ୍ତ୍ରଣ ହରାଇଲା ଓ ଦୁର୍ଘଟଣାର ପ୍ରକୃତ କାରଣ କଣ, ସେନେଇ ପୁଲିସ ତଦନ୍ତ ଆରମ୍ଭ କରିଛି । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ, କାରଟି ଅତ୍ୟଧିକ ବେଗରେ ଆସୁଥିଲା ଏବଂ ହଠାତ୍ ଭାରସାମ୍ୟ ହରାଇ ଏକାଧିକ ଗାଡ଼ିକୁ ଧକ୍କା ଦେଇଥିଲା ।

LEAVE A REPLY

Please enter your comment!
Please enter your name here

spot_img

Related articles

ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ : ୪ ଅଭିଯୁକ୍ତ ଗିରଫ, କୋର୍ଟ ଚାଲାଣ

ପାଟଣାଗଡ଼, (୧୬/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଘଟଣାରେ ପାଟଣାଗଡ଼ ପୋଲିସ...

ସୁନ୍ଦରଗଡ଼ରେ ଭୟଙ୍କର ଟ୍ରେଲର ଧକ୍କା, ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ

ସୁନ୍ଦରଗଡ଼, (୧୬/୦୬) : ଆପ୍ର : ଜୀଅନ୍ତା ଜଳିଗଲେ ଦୁଇ ଟ୍ରକ ଡ୍ରାଇଭର । ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା କଇଁତରା ବିଜୁ ଏକ୍ସପ୍ରେସ...

ଦିଘାରୁ ହଟିଲା ‘ଧାମ’ ଶବ୍ଦ: ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଭୁବନେଶ୍ୱର, (୧୬/୦୬) : ଆପ୍ର : ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଏବଂ ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା ପାଇଁ ଦୃଢ଼ ପଦକ୍ଷେପ...

ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ ଛଅ ଦୁର୍ବୁତ୍ତ

ଅନୁଗୁଳ, (୧୬/୦୬) : ଆପ୍ର : ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ନନ୍ଦପୁର ଛକ ଠାରେ ଯୁବକ ଙ୍କୁ ଗୋଡାଇ ଗୋଡାଇ ହାଣିଲେ...