Homelocalବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ, ୩ ଦିନ ଭିଜିବ ଓଡ଼ିଶା

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ, ୩ ଦିନ ଭିଜିବ ଓଡ଼ିଶା

ଭୁବନେଶ୍ବର, (୧୬/୦୮) : ଆପ୍ର : ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ।

ଆଗାମୀ ୨୪ ଘଣ୍ଟାରେ ଉତ୍ତର ଦିଗରେ ଗତି କରିବା ସହ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ତିନି ଦିନ ବର୍ଷା ଲାଗି ରହିବ। ସକାଳ ୫ଟା ୩୦ରେ ଲଘୁଚାପ ସୃଷ୍ଟି ହୋଇଛି । ଆଜି ସକାଳ ସାଢ଼େ ୮ଟାରୁ ସୋମବାର ସକାଳ ସାଢ଼େ ୮ଟା ମଧ୍ୟରେ କେନ୍ଦୁଝର ଓ ମୟୂରଭଞ୍ଜର କିଛି ସ୍ଥାନରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ରହିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଏହାସହ ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି, ବଜ୍ରପାତ ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ମଙ୍ଗଳବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଆହୁରି ବଢ଼ିବ । ସମୁଦ୍ର ଅଶାନ୍ତରୁ ଅତ୍ୟନ୍ତ ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ୧୬ରୁ ୧୮ ଅଗଷ୍ଟ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-ମଧ୍ୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନଙ୍କୁ ତୁରନ୍ତ କୂଳକୁ ଫେରି ଆସିବାକୁ ମଧ୍ୟ ସତର୍କ କରାଯାଇଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments