Homelocal୨୩୬୦ ଜଣ ହିତାଧୀକାରୀଙ୍କୁ ନୂତନ ଭତ୍ତା ବଣ୍ଟନ କଲେ କଣ୍ଟାବାଞ୍ଜି ବିଧାୟକ

୨୩୬୦ ଜଣ ହିତାଧୀକାରୀଙ୍କୁ ନୂତନ ଭତ୍ତା ବଣ୍ଟନ କଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (୧୪/୧୧) : ଆପ୍ର : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୁଡିକ ନୂତନ ସାମାଜିକ ସୁରକ୍ଷା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏହି ଅବସରରେ ୨୩୬୦ ଜଣ ହିତାଧିକାରୀଙ୍କୁ ନୂତନ ଭତ୍ତା ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବିଡ଼ିଓ ନିତୁଶ୍ରୀ ମେହେରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଲକ୍ଷ୍ମଣ ବାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀମାନଙ୍କୁ ଭତ୍ତା ବଣ୍ଟନ କରିଥିଲେ । ସେ କହିଥିଲେ ଯେ, ସରକାରଙ୍କ ସାମାଜିକ ସୁରକ୍ଷା ଯୋଜନା ସମାଜର ବୃଦ୍ଧ, ବିଧବା, ଭିନ୍ନକ୍ଷମ ଓ ଅନ୍ୟାନ୍ୟ ସହଜ ସହାୟକ ହେଉଛି । ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ସରକାରୀ ସହାୟତା ପହଞ୍ଚାଇବା ପାଇଁ ସରକାର ପ୍ରତିବଦ୍ଧ ବୋଲି ସେ ପ୍ରକାଶ କରିଥିଲେ । ହିତାଧିକାରୀ ମାନଙ୍କୁ ସରକାରୀ ଯୋଜନାର ସୁବିଧା ସମ୍ପର୍କରେ ସଚେତନ କରିବା ସହ ଏହାର ସଠିକ୍ ଉପଯୋଗ କରିବାକୁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମଟି ସୂଚାରୁ ଭାବେ ସମ୍ପନ୍ନ ହୋଇଥିବା ବେଳେ ହିତାଧିକାରୀମାନେ ଭତ୍ତା ପାଇ ସନ୍ତୋଷ ପ୍ରକାଶ କରିଥିଲେ ।

ଏହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ସାମାଜିକ ସୁରକ୍ଷା ଯୋଜନାକୁ ଅଧିକ ସୁଦୃଢ଼ କରିବା ସହ ଯୋଗ୍ୟ ଲୋକଙ୍କ ପାଖରେ ସରକାରୀ ସହାୟତା ପହଞ୍ଚାଇବା ଦିଗରେ ଏକ ଗୁରୁତ୍ଵପୂର୍ଣ୍ଣ ପଦକ୍ଷେପ ବୋଲି ମତ ପ୍ରକାଶ ପାଇଛି । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଳା ବେହେରା, ବ୍ଲକ ଉପାଧ୍ୟକ୍ଷ କେଶବ ନାରାୟଣ ଜୈନ, ଜିଲ୍ଲା ପରିଷଦ ସଦସ୍ୟ ଓମ୍‌ ପ୍ରକାଶ କୁମ୍ଭାର, ସାଂସଦଙ୍କ ବ୍ଲକ ପ୍ରତିନିଧି ଅନିଲ ନାଏକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ବଙ୍ଗୋମୁଣ୍ଡା ବ୍ଲକ ୨୬ଗୋଟି ପଞ୍ଚାୟତର ୨୩୬୦ ଜଣ ନୂତନ ହିତାଧିକାରୀଙ୍କୁ ଭତ୍ତା ମିଳିଛି । ଓଡିଶା ଜୀବିକା ମିଶନ ବିପିଏମ ସତ୍ୟପ୍ରିୟ ବେହେରା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକ କର୍ମଚାରୀ ଓ ଜନପ୍ରତିନିଧିମାନେ ସହଯୋଗ କରିଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments