ଆଜିଠୁ ରାଜ୍ୟରେ SIR ଅଭିଯାନ, ଘରକୁ ଘର ବୁଲି ଭୋଟରଙ୍କ ତଥ୍ୟ ସଂଗ୍ରହ କରିବେ ବିଏଲଓ

Date:

Share post:

ଭୁବନେଶ୍ବର, (୩୦/୦୫) : ଆପ୍ର : ଆଜିଠୁ ରାଜ୍ୟରେ SIR ଅଭିଯାନ। ଘରକୁ ଘର ବୁଲି ଭୋଟରଙ୍କ ତଥ୍ୟ ସଂଗ୍ରହ କରିବେ ବିଏଲଓ ।

ଏହି ପ୍ରକ୍ରିୟାରେ ସାମିଲ ହେବେ ରାଜ୍ୟର ୩ କୋଟି ୩୩ ଲକ୍ଷରୁ ଅଧିକ ଭୋଟର । ତଥ୍ୟ ସଂଗ୍ରହ ମେ’ ୩୦ରୁ ଜୁନ ୨୮ ଯାଏଁ ଚାଲିବ । ଜୁଲାଇରେ ଡ୍ରାଫ୍ଟ ଭୋଟର ତାଲିକା ଏବଂ ଅକ୍ଟୋବରରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା । ଏସଆଇଆର ପାଇଁ ପ୍ରମୁଖ ରାଜନୈତିକ ଦଳମାନେ ନିଜ ନିଜର ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତ କରିଛନ୍ତି । ରାଜ୍ୟରେ ଭୋଟର ତାଲିକାକୁ ସ୍ୱଚ୍ଛ ଓ ସଠିକ୍ କରିବା ପାଇଁ ଆଜିଠୁ ‘ସ୍ପେଶାଲ ଇଣ୍ଟେନସିଭ୍ ରିଭିଜନ’ ବା SIR ଅଭିଯାନ । ରାଜ୍ୟର ପ୍ରାୟ ୩ କୋଟି ୩୩ଲକ୍ଷ ୯୯ ହଜାର ପଞ୍ଜୀକୃତ ଭୋଟରଙ୍କ ତଥ୍ୟ ଯାଞ୍ଚ କରାଯିବ । ୪୫ ହଜାର୨୫୫ ଜଣ ପ୍ରଶିକ୍ଷିତ ବୁଥ୍ ଲେଭଲ୍ ଅଫିସର ଘରକୁ ଘର ବୁଲି ଯାଞ୍ଚ କରିବେ । BLO ମାନେ ପ୍ରତି ଭୋଟରଙ୍କୁ ଦୁଇଟି ଲେଖାଏଁ ‘ଏନୁମେରେସନ ଫର୍ମ’ ଦେବେ ।

ଭୋଟର ସେହି ଫର୍ମରେ ନିଜର ବ୍ୟକ୍ତିଗତ ତଥ୍ୟ, ପରିବାରର ବିବରଣୀ ଏବଂ ୨୦୦୨ ଭୋଟର ତାଲିକାର ସୂଚନା ସଠିକ୍ ଭାବେ ପୂରଣ କରିବେ । ପୂରଣ ହୋଇଥିବା ଫର୍ମର ଗୋଟିଏ କପି BLO ଙ୍କୁ ଦେବେ । ଫର୍ମ ସଂଗ୍ରହ ପାଇଁ BLO ମାନେ ପ୍ରତିଦିନ ଅପରାହ୍ନ ୩ଟାରୁ ସଂଧ୍ୟା ୫ ଟା ପର୍ଯ୍ୟନ୍ତ ନିଜ ନିଜ ମତଦାନ କେନ୍ଦ୍ରରେ ଉପଲବ୍ଧ ରହିବେ । ଏହି ସଂପୂର୍ଣ୍ଣ ପ୍ରକ୍ରିୟା ଏକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଶେଷ ହେବ । ଡ୍ରାଫ୍ଟ ଭୋଟର ତାଲିକା ୨୦୨୬ ଜୁଲାଇ ୫ରେ ପ୍ରକାଶ ପାଇବ । ଆପତ୍ତି ଓ ଅଭିଯୋଗ ଜୁଲାଇ ୫ରୁ ଅଗଷ୍ଟ ୪ ପର୍ଯ୍ୟନ୍ତ କରିପାରିବେ ଭୋଟର । ଚୂଡ଼ାନ୍ତ ଭୋଟର ତାଲିକା ଅକ୍ଟୋବର ୬ରେ ପ୍ରକାଶ ପାଇବ ।

LEAVE A REPLY

Please enter your comment!
Please enter your name here

spot_img

Related articles

NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ, ପୁନଃପରୀକ୍ଷାକୁ ସ୍ୱଚ୍ଛ ଓ ନକଲ-ମୁକ୍ତ କରିବା ପାଇଁ NTAର ଗାଇଡ୍ ଲାଇନ୍

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ ! । ପରୀକ୍ଷା ହଲ୍ କୁ ଯିବା ପୂର୍ବରୁ ହେବ ବାୟୋମେଟ୍ରିକ୍...

ଫୁଡ୍ ବିଜନେସ୍ କରୁଥିବା ଲୋକଙ୍କ ପାଇଁ FSSAI ର ନୂଆ ନିୟମ, କଳଙ୍କୀ ଛୁରି ବ୍ୟବହାର ମନା

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : ରେଷ୍ଟୁରାଣ୍ଟ, ହୋଟେଲ, ଢାବା ଏବଂ ଫୁଡ୍ ଫ୍ୟାକ୍ଟ୍ରିରେ ଖାଇବା କ୍ବାଲିଟିକୁ ନେଇ ନିୟମ କଡ଼ା ବୋକୁ ଯାଉଛି...

ଗ୍ରୀଷ୍ମ ପ୍ରବାହ ଯୋଗୁଁ ପାଣି ସଙ୍କଟର ଉତ୍କଟ ରୂପ ଧାରଣ

ବେଲପଡ଼ା, (୧୯/୦୬) : ଆପ୍ର : ଗ୍ରୀଷ୍ମ ପ୍ରବାହ ବଢ଼ିବା ସହିତ ପାଣି ସଙ୍କଟ ମଧ୍ୟ ଉତ୍କଟ ରୂପ ଧାରଣ କରିଛି । ବଲାଙ୍ଗିର ଜିଲ୍ଲା...

ପୂର୍ବ ଶତ୍ରୁତା ନେଲା ଜୀବନ; ଘରେ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ହତ୍ୟା, ଅଭିଯୁକ୍ତ ଅଟକ

ବରଗଡ଼, (୧୯/୦୬) : ଆପ୍ର : ପୂର୍ବ ଶତ୍ରୁତାର ଭୟଙ୍କର ପରିଣତି । ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା...