Homelocalବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (୦୯/୧୧) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ବିନିକା ବ୍ଲକ କର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2026 11 10 at 11.09.07

ଏହି ଶିବିରରେ ଜିଲ୍ଲାପାଳ ଦେବାଶିଷ ସିଂ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ କେ.କେ. ହରିପ୍ରସାଦ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ସର୍ବମୋଟ ୬୬ଟି ଅଭିଯୋଗର ଦରଖାସ୍ତ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୭ ଟି ବ୍ୟକ୍ତିଗତ ଏବଂ ୧୯ଟି ସାମୂହିକ ଦରଖାସ୍ତ ଥିଲା । ବାକି ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି ।

ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅଞ୍ଜଳୀନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ଉଷାରାଣୀ ଦାସ, ସିଏସଓ କେଦାର ନାଥ ନାୟକ, ବିନିକା ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ମାନସ ରଞ୍ଜନ ଭୋଇ, ତହସିଲଦାର ରସନା ଭୋଇ ପ୍ରମୁଖ ମଞ୍ଚାସୀନ ଥିଲେ । ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments