ମୁଖ୍ୟମନ୍ତ୍ରୀଙ୍କ ହାଇଲେଭଲ୍ ମିଟିଂ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା

Date:

Share post:

ଭୁବନେଶ୍ୱର, (୧୭/୦୬) : ଆପ୍ର : ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହାଇଲେଭଲ୍ ମିଟିଂ । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା ।

ଗସ୍ତ ସମୟରେ ଯେପରି କୌଣସି ତ୍ରୁଟି ନରହେ, ସେଥିପାଇଁ ଗୃହ ବିଭାଗ ଓ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ । ଭିଆଇପି କାର୍ଯ୍ୟସୂଚୀ ସହ ସାଧାରଣ ଜନତାଙ୍କ ସୁବିଧାକୁ ପ୍ରାଥମିକତା ସହ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କଲା ପ୍ରଶାସନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଗାମୀ ଓଡ଼ିଶା ଗସ୍ତକୁ ନେଇ ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ଦୁଇ ପ୍ରମୁଖ ଭିଭିଆଇପି ଙ୍କ ଗସ୍ତ ଅବସରରେ ପ୍ରସ୍ତୁତି ଓ ସୁରକ୍ଷା ବ୍ୟବସ୍ଥାର ବ୍ୟାପକ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ କାରକେଡ୍ ମୁଭମେଣ୍ଟ, ସୁରକ୍ଷା ପ୍ରୋଟୋକଲ୍ , ସଭାସ୍ଥଳ ପରିଚାଳନା ଏବଂ ଜରୁରୀକାଳୀନ ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି ।

ସୁରକ୍ଷା ବ୍ୟବସ୍ଥାରେ ଯେପରି କୌଣସି ସାମାନ୍ୟ ତ୍ରୁଟି ନରହେ, ସେଥିପାଇଁ ମୁଖ୍ୟମନ୍ତ୍ରୀ ଗୃହ ବିଭାଗ, ଗୋଇନ୍ଦା ବିଭାଗ ଏବଂ ବରିଷ୍ଠ ପୋଲିସ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । କେନ୍ଦ୍ରୀୟ ସୁରକ୍ଷା ଏଜେନ୍ସି ଏବଂ ରାଜ୍ୟ ପୋଲିସ ମଧ୍ୟରେ ସଠିକ୍ ସମନ୍ୱୟ ରଖି ବ୍ଲୁ-ପ୍ରିଣ୍ଟ ଅନୁଯାୟୀ କାର୍ଯ୍ୟ କରିବାକୁ କୁହାଯାଇଛି । ଭିଆଇପି ସୁରକ୍ଷା ସହିତ ଟ୍ରାଫିକ ଡାଇଭର୍ସନ ସମୟରେ ଯେପରି ସାଧାରଣ ଲୋକେ ଏବଂ ବିଶେଷ କରି ଆମ୍ବୁଲାନ୍ସ ଭଳି ଜରୁରୀକାଳୀନ ସେବା ବାଧାପ୍ରାପ୍ତ ନହୁଏ, ତାହା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ , ଗୃହ ସଚିବଙ୍କ ସମେତ ଅନ୍ୟାନ୍ୟ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ। ଗସ୍ତକୁ ସଫଳ ଏବଂ ସୁରକ୍ଷିତ କରିବା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ପ୍ରଶାସନ ତରଫରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ଉତ୍ତର-ଉପକୂଳ ଛୁଇଁଲା ମୌସୁମି

ଭୁବନେଶ୍ବର, (୧୭/୦୬) : ଆପ୍ର : ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଉତ୍ତର-ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକୁ ସ୍ପର୍ଶ କରିଥିବା ବେଳେ ଦକ୍ଷିଣ-ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାକୁ...

୨୮ରୁ ଓଟିଇଟି

କଟକ, (୧୭/୦୬) : ଆପ୍ର : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୬ ବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ଟେଷ୍ଟ (ଓଟିଇଟି)...

ରଥଯାତ୍ରା ସଂପର୍କିତ ପ୍ରସ୍ତୁତି ବୈଠକର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, (୧୭/୦୬) : ଆପ୍ର : ପୁରୀ ରଥଯାତ୍ରା ସଂପର୍କିତ ପ୍ରସ୍ତୁତି ଲାଗି ବିଭିନ୍ନ କାର୍ଯ୍ୟ ଅଗ୍ରଗତି ନେଇ ବୈଠକରେ ମୁଖ୍ୟ ଶାସନ ସଚିବ...

ରାମକୃଷ୍ଣ ନଗରରେ ରଜ ମଉଜ ପାଳିତ

ରାୟଗଡା, (୧୭/୦୬) : ଆପ୍ର : ବିବିଧତା ଭିତରେ ଏକତା, ସ୍ନେହ ଶ୍ରଦ୍ଧା, ଆନ୍ତରିକତା ଓ ଆତ୍ମୀୟତାର ପରିଚୟ ଦେଇଛି ରଜ ପର୍ବ ।...