ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୭ ଜଣଙ୍କୁ ଗିରଫ କରିବା ସହ ୨ଟି ବୋଲେରୋ ଜବତ

Date:

Share post:

ଉମରକୋଟ, (୦୭/୦୬) : ଆପ୍ର : ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ । ୭ ଜଣଙ୍କୁ ଗିରଫ କରିବା ସହ ୨ଟି ବୋଲେରୋ ଓ ଘଟଣାସ୍ଥଳରୁ ନଗଦ ୫୫ , ୩୪୦ ଟଙ୍କା ସହ ଜୁଆ ଖେଳ ସାମଗ୍ରୀ ମଧ୍ୟ ଜବତ ହୋଇଛି ।

ନବରଙ୍ଗପୁର ଜିଲ୍ଲା ଉମରକୋଟ ପୌରାଞ୍ଚଳ ଡଙ୍ଗରୀସାହି ଠାରେ ବିଳମ୍ବିତ ରାତିରେ ଜୁଆ ଆଡା ଉପରେ ପୋଲିସ ଚଢ଼ାଉ କରିଥିଲା । ଜିଲ୍ଲା ଏସପିଙ୍କ ନିର୍ଦେଶ କ୍ରମେ ଗୁପ୍ତ ସୂଚନା ଆଧାରରେ ପୋଲିସ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରିଥିଲା । ଚଢ଼ାଉ ବେଳେ ସେଠାରେ ଜୁଆ ଖେଳୁଥିବା ୭ ଜଣଙ୍କୁ କାବୁ କରାଯାଇଥିଲା । ଅଭିଯୁକ୍ତମାନଙ୍କ ଠାରୁ ନଗଦ ଟଙ୍କା, ତାସ୍ ଓ ଅନ୍ୟାନ୍ୟ ଜୁଆ ସାମଗ୍ରୀ ଜବତ କରାଯାଇଛି । ଘଟଣାସ୍ଥଳରେ ଥିବା ଦୁଇଟି ବୋଲେରୋ ଗାଡ଼ିକୁ ମଧ୍ୟ ଜବତ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବା ବେଳେ ତଦନ୍ତ ଜାରି ରହିଛି । ଜିଲ୍ଲାରେ ବେଆଇନ ଜୁଆ କାରବାର ବିରୋଧରେ ପୋଲିସର ଏହି କାର୍ଯ୍ୟାନୁଷ୍ଠାନକୁ ସାଧାରଣରେ ସ୍ୱାଗତ କରାଯାଇଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ବଲାଙ୍ଗିରରେ ‘ଉଦ୍ୟମୀ ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ କାର୍ଯ୍ୟକ୍ରମ-୨୦୨୬’ ଉଦ୍‌ଘାଟିତ

ବଲାଙ୍ଗିର, (୨୮/୦୬) : ଆପ୍ର : ବଲାଙ୍ଗିର ଜିଲ୍ଲାକୁ ଶିଳ୍ପ ସମୃଦ୍ଧ ଓ ସ୍ଥାନୀୟ ଯୁବପିଢ଼ିଙ୍କୁ ସ୍ୱାବଲମ୍ବୀ କରିବା ଦିଗରେ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ...

ଭାତହାଣ୍ଡି ବରଗଡ଼ରେ ଚାଷୀଙ୍କ ସମସ୍ୟା ଥମିବାର ନାଁ ନେଉନି

ବରଗଡ, (୨୮/୦୬) : ଆପ୍ର : ଓଡ଼ିଶାର ଭାତହାଣ୍ଡି ବରଗଡ଼ରେ ଚାଷୀଙ୍କ ସମସ୍ୟା ଥମିବାର ନାଁ ନେଉନି । ଧାନ କ୍ରୟରେ ବିଳମ୍ବ, ଟୋକନ...

କଫ ସିରପ୍‌ ବିକୁଥିବା ବେଳେ ବଲାଙ୍ଗିର ଟାଉନ ପୋଲିସ ହାତରେ ଧରାପଡ଼ିଲା ଯୁବକ

ବଲାଙ୍ଗିର, (୨୮/୦୬) : ଆପ୍ର : ଅଭିଯୁକ୍ତ କଫ ସିରପ୍‌ ବିକୁଥିଲା । ବଲାଙ୍ଗିର ଟାଉନ ଥାନା ପୋଲିସ ହାତରେ ଧରା ପଡ଼ିଲା ଅଭିଯୁକ୍ତ...

ଚାଲି ଚାଲି ଯାଉଥିଲେ ପିଟି ଦେଲା ବାଇକ୍, ଚାଲିଗଲା ଜୀବନ

ଗଜପତି, (୨୮/୦୬) : ଆପ୍ର : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଷ୍ଟାଡିୟମ ନିକଟସ୍ତ ଇଣ୍ଡିଆନ ପେଟ୍ରୋଲ ବଙ୍କ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ...