ଜରଉ ଘାଟିରେ ଓଲଟିଲା ଟ୍ରକ ଜଣେ ମୃତ, ଦୁଇ ଗୁରୁତର

Date:

Share post:

ମୋହନା, (୨୫/୦୬) : ଆପ୍ର : ଜରଉ ଘାଟିରେ ଓଲଟିଲା ଟ୍ରକ । ଦୁର୍ଘଟଣାରେ ଟ୍ରକ ତଳେ ଚାପି ହୋଇ ଜଣକର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି ।

ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଜରଉ ଘାଟିରେ ବୁଧବାର ବିଳମ୍ୱିତ ରାତିରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଟ୍ରକର ଯାତ୍ରା କରୁଥିବା ସମସ୍ତ ବ୍ୟକ୍ତି ପଶ୍ଚିମବଙ୍ଗ ରାଜ୍ୟର ବୋଲି ପ୍ରାଥମିକ ତଦନ୍ତରୁ ପୁଲିସ ଜାଣିବାକୁ ପାଇଛିି । ମୋହନାରୁ ଗଞ୍ଜାମ ଜିଲ୍ଲା ସୋରଡ଼ା ଅଭିମୁଖେ ଯାଉଥିବା କାଜୁ ବୋଝେଇ ଟ୍ରକ ନମ୍ବର ଡ଼ବ୍ଲ୍ୟୁବି୩୩ଡ଼ି୪୬୫୪ ଚ଼ାଳକଙ୍କ ଅସାବଧାନତା ଯୋଗୁଁ ଘାଟିରେ ଭାରସାମ୍ୟ ହରାଇ ୧୦ ଫୁଟ ତଳକୁ ଓଲଟି ପଡିଥିଲା ।

ଫଳରେ ଟ୍ରକ ତଳେ ଚାପି ହୋଇ ଡ୍ରାଇଭର ଓ ହେଲପର ରହି ଯାଇଥିଲେ । ସ୍ଥାନୀୟ ଲୋକେ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ମୋହନା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ପ୍ରାୟ ଦୁଇ ଘଣ୍ଟା କସରତ କରିବା ପରେ ଟ୍ରକ ତଳୁ ସମସ୍ତଙ୍କୁ ଉଦ୍ଧାର କରି ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ।

ଡାକ୍ତରଖାନା ଆଣିବା ପରେ ଜଣେ ଶ୍ରମିକ ନିର୍ଜ୍ଜୁଲ ଫକୀର (୬୫)ଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ପଶ୍ଚିମବଙ୍ଗ ରାଜ୍ୟ ହାୱାଡ଼ା ଜିଲ୍ଲାର ଶେଖ ମଞ୍ଜୁର (୩୫) ଓ କାଜି ଅବବୁଲ ହନିତ (୪୪)ଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଡାକ୍ତର ବ୍ରହ୍ମପୁର ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରିଛନ୍ତି ।ଦୁର୍ଘଟଣାରେ ଟ୍ରକଟି ସମ୍ପୂର୍ଣ ଭାବେ ଭାଙ୍ଗି ଯାଇଛି । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରିଥିବା ବେଳେ ଘଟଣାର ତଦନ୍ତ କରୁଛନ୍ତି ଥାନା ଏଏସଆଇ କେଭି ରାମନ ।

LEAVE A REPLY

Please enter your comment!
Please enter your name here

spot_img

Related articles

ଜିଲ୍ଲାସ୍ତରୀୟ ଜୈବ କୃଷି ଓ ପ୍ରାକୃତିକ କୃଷି କର୍ମଶାଳା

ବଲାଙ୍ଗିର, (୨୫/୦୬) : ଆପ୍ର : ମାଟିର ଉର୍ବରତା ରକ୍ଷା କରିବା ସହ ମାନବ ସମାଜକୁ ବିଷମୁକ୍ତ ଖାଦ୍ୟ ଯୋଗାଇବା ଲକ୍ଷ୍ୟରେ ସ୍ଥାନୀୟ କୋଶଳ...

ନୂଆପଡା ଜିଲ୍ଲାରେ ବିଷ ପିଇ ଚାଷୀ ଆତ୍ମହତ୍ୟା ଅଭିଯୋଗ

ନୂଆପଡ଼ା, (୨୫/୦୬) : ଆପ୍ର : ନୂଆପଡା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ଜଡ଼ାମୁଣ୍ଡା ଗାଁରେ ଜଣେ ଚାଷୀ ବିଷ ପିଇ ଆତ୍ମହତ୍ୟା କରିଥିବା...

ପୁରୀରେ ପହଁଚିଲା ରଥ ଦଉଡ଼ି

ପୁରୀ, (୨୫/୦୬) : ଆପ୍ର : ବିଶ୍ୱନିଅନ୍ତାଙ୍କ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ପୁରୀରେ ତିନି ରଥ ଦଉଡ଼ି ପହଁଚିଛି । ଦୁଇଟି...

କନ୍ଧମାଳରେ ଚାଞ୍ଚଲ୍ୟ; ନାବାଳିକାଙ୍କ ଗଣଦୁଷ୍କର୍ମ ଅଭିଯୋଗ ପରେ ଜି.ଉଦୟଗିରି ପୋଲିସର ତଦନ୍ତ ଆରମ୍ଭ

କନ୍ଧମାଳ, (୨୫/୦୬) : ଆପ୍ର : କନ୍ଧମାଳ ଜିଲ୍ଲାରେ ଜଣେ ନାବାଳିକାଙ୍କ ଗଣଦୁଷ୍କର୍ମ ଅଭିଯୋଗକୁ ନେଇ ଚର୍ଚ୍ଚା ବଢ଼ିଛି । ଏହି ଘଟଣାରେ ପୋଲିସ...