ବାଇକକୁ ପିଟିଲା କାର : ଜଣେ ମୃତ, ଜଣେ ଗୁରୁତର

Date:

Share post:

କଣ୍ଟାବାଞ୍ଜି, (12/06) : ଆପ୍ର : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି ।

ଘଟଣା ପରେ କ୍ଷତିପୂରଣ ଓ ଗାଡ଼ି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ପରିବାର ଲୋକେ କଣ୍ଟାବାଞ୍ଜି ଥାନା ସମ୍ମୁଖରେ ଧାରଣାରେ ବସିଥିଲେ । ସୂଚନା ଅନୁସାରେ, ନୂଆପଡ଼ା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ଚାନ୍ଦୋପଲା ଗ୍ରାମର ନୂତନ କହରିଆ ଓ ନକୁଳ ବନଛୋର ନିଜ ସମ୍ପର୍କୀୟଙ୍କ ଘରକୁ ଆସିଥିଲେ । ଫେରୁଥିବା ବେଳେ ସେମାନଙ୍କ ମୋଟରସାଇକେଲକୁ ଏକ ସ୍କର୍ପିଓ କାର ଧକ୍କା ଦେଇଥିବା ଅଭିଯୋଗ ହୋଇଛି । ଦୁର୍ଘଟଣାରେ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଦୁର୍ଘଟଣା ପରେ କାର ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି । ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ମୃତକଙ୍କ ପରିବାର ଲୋକେ କ୍ଷତିପୂରଣ ପ୍ରଦାନ, ଗାଡ଼ି ମାଲିକଙ୍କୁ ଗିରଫ ଓ ଦୋଷୀଙ୍କ ବିରୋଧରେ କଠୋର ପଦକ୍ଷେପ ଦାବି କରି ମୃତଦେହକୁ ରାସ୍ତାରେ ରଖି କଣ୍ଟାବାଞ୍ଜି ଥାନା ସମ୍ମୁଖରେ ଧାରଣା ଦେଇଥିଲେ । ଏପଟେ କଣ୍ଟାବାଞ୍ଜି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

spot_img

Related articles

ସ୍କୁଟିରେ  ଘରକୁ ଫେରୁଥିବା ବେଳେ ଅଘଟଣ, ବନ୍ଧୁକ ଦେଖାଇ ଲୁଟିନେଲେ ସୁନା ଚେନ

କେନ୍ଦ୍ରାପଡା, (12/06) : ଆପ୍ର : ବନ୍ଧୁକ ଦେଖାଇ ଲୁଟିନେଲେ ସୁନା ଚେନ । ଏଭଳି ଘଟଣା ଘଟିଛି କେନ୍ଦ୍ରାପଡା ସଦର୍ ଥାନା ଅନ୍ତର୍ଗତ ବାହାକଣ୍ଡିଆ...

କାଲି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର, (12/06) : ଆପ୍ର : ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗମନ ପାଇଁ ପାଗ ଅନୁକୂଳ ରହିଛି । ଆଗାମୀ ୨ ରୁ ୩...

ଋଣ ଯୋଗାଇଦେବା ନାଁରେ ଠକେଇ, ୧୩୭ଟି ବାଇକ୍ ଓ ୧୨୮ଟି ମୋବାଇଲ୍ ଫୋନ୍ ଜବତ

ଗଜପତି, (12/06) : ଆପ୍ର : ଋଣ ଯୋଗାଇ ଦେବା ନାଁରେ ସାଧାରଣ ଓ ନିରୀହ ଲୋକଙ୍କୁ ଠକୁଥିବା ଏକ ରାକେଟର ପର୍ଦ୍ଦାଫାସ କରିଛି ଗଜପତି...

ଘରେ କେହି ନଥିବା ବେଳେ ଲୁଟିନେଲେ ଲୁଟେରା, ନଗଦ ଟଙ୍କା ସହିତ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍

ଉଦଳା, (12/06) : ଆପ୍ର : ଆସିଲେ ଘର ସାମ୍ନା ରାସ୍ତାରେ ବୁଲିଲେ । ଘରୁ ମହିଳା ବାହାରିଯିବା ଦେଖିବାପରେ କିଛି କ୍ଷଣରେ ଲୁଟିନେଲେ ।...