Homelocalବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ, ରାଜ୍ୟରେ ବର୍ଷା ଜାରି; ୫ ଜିଲ୍ଲାକୁ ରେଡ୍ ଆଲର୍ଟ

ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ, ରାଜ୍ୟରେ ବର୍ଷା ଜାରି; ୫ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର, (୦୪/୦୭) : ଆପ୍ର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।

ଏହାର ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଥିବାବେଳେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ବୌଦ୍ଧ, କନ୍ଧମାଳ, ସୁବର୍ଣ୍ଣପୁର, ସମ୍ବଲପୁର ଏବଂ ଅନୁଗୋଳ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ୮ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ଅବଶିଷ୍ଟ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏଥିସହ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଏବଂ ସଂଲଗ୍ନ ସମୁଦ୍ର ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏହାଫଳରେ ଆସନ୍ତା ୩ ଦିନ ସମୁଦ୍ର ଅଶାନ୍ତ ରହିବ ବୋଲି ସତର୍କ କରିଛି ପାଣିପାଗ ବିଭାଗ । ଅଶାନ୍ତ ସମୁଦ୍ରକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ସେହିପରି ଲୋକମାନଙ୍କୁ ପ୍ରବଳ ବର୍ଷା, ବଜ୍ରପାତ ଓ ଝଡ଼ ପବନ ସମୟରେ ସତର୍କ ରହିବା ସହ ପାଣିପାଗ ବିଭାଗର ପରାମର୍ଶ ମାନିବାକୁ ଅନୁରୋଧ କରାଯାଇଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments