କିଟ୍ ଓ କିସ୍ ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ, ଯୋଗ ହେଉଛି ଆମର ପୁରାତନ ପରମ୍ପରା- ଡ. ଅଚ୍ୟୁତ ସାମନ୍ତ

Date:

Share post:

ଭୁବନେଶ୍ବର, (୨୧/୦୬) : ଆପ୍ର : କିଟ୍ ଓ କିସ୍ ରେ ମଧ୍ୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ । ଚଳିତବର୍ଷର ଥିମ୍ ରହିଛି ‘ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ’ ।

ଏହି ଅବସରରେ ସକାଳ ୬ଟା ସମୟରେ କିଟ୍ ଓ କିସ୍ ବିଶ୍ବବିଦ୍ୟାଳୟର ମିଳିତ ଭାବେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବା ସହ ଯୋଗାଭ୍ୟାସ କରାଯାଇଥିଲା । ଏଥିରେ କିଟ୍ , କିସ୍ ଓ କିମ୍‍ସର ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀ ଏକାଠି ହୋଇଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇ କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ କହିଛନ୍ତି, ଯୋଗ ହେଉଛି ଆମର ପୁରାତନ ପରମ୍ପରା । ସମଗ୍ର ବିଶ୍ୱକୁ ଏହା ହେଉଛି ଭାରତର ସବୁଠାରୁ ମୂଲ୍ୟବାନ ଦାନ । ସମଗ୍ର ବିଶ୍ୱରେ ଯୋଗ ପ୍ରତି ଲୋକଙ୍କ ଆଗ୍ରହ ବୃଦ୍ଧି ପାଇ ଚାଲିଛି । ଯୋଗ କେବଳ ଯେ ଆମକୁ ଶାରୀରିକ ଭାବେ ଫିଟ୍‍ ରଖିଥାଏ ତାହା ନୁହେଁ, ଏହା ମଧ୍ୟ ଆମର ମାନସିକ ଚାପ କମାଇବା ସହ ଆମକୁ ମାନସିକ ଶାନ୍ତି ପ୍ରଦାନ କରିଥାଏ ।

ଚଳିତବର୍ଷର ଥିମ୍ ଉପରେ ଗୁରୁତ୍ୱ ଦେଇ ଡକ୍ଟର ସାମନ୍ତ କହିଛନ୍ତି, ବାର୍ଦ୍ଧକ୍ୟ ଅବସ୍ଥାରେ ସୁସ୍ଥ ରହିବା ପାଇଁ ଯୋଗ ନିୟମିତ ଅଭ୍ୟାସ କରିବା ଉଚିତ । ଏହି କାର୍ଯ୍ୟକ୍ରମରେ କିଟ୍ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଶରଣଜିତ ସିଂହ, କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି, କିସ୍‍ ବିଶ୍ୱବିଦ୍ୟାଳୟର କୁଳସଚିବ ଡ. ପ୍ରଶାନ୍ତ କୁମାର ରାଉତରାୟଙ୍କ ସମେତ କିଟ୍‍ ଓ କିସ୍‍ର ସମସ୍ତ ସ୍କୁଲ୍ ଓ ବିଭାଗୀୟ ଡିନ୍ , ନିର୍ଦ୍ଦେଶକଙ୍କ ସମେତ ପ୍ରାୟ ୬ ହଜାର କର୍ମଚାରୀ ଉପସ୍ଥିତ ରହି ଯୋଗାଭ୍ୟାସ କରିଥିଲେ । କିଟ୍‍ ଯୋଗ ସ୍କୁଲ୍‍ ପ୍ରଫେସର ଡକ୍ଟର ଶାନ୍ତମତି ଦାଶ ଓ ଉପନିର୍ଦ୍ଦେଶକ ରଶ୍ମିରଞ୍ଜନ ପ୍ରଧାନ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

LEAVE A REPLY

Please enter your comment!
Please enter your name here

spot_img

Related articles

ଏସ୍‌ଟିଇଏମ୍‌ ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ

ଖପ୍ରାଖୋଲ, (୨୧/୦୬) : ବଲାଙ୍ଗିର ଜିଲ୍ଲା ଜୟ ମା’ ପାଟଣେଶ୍ୱରୀ ମହାବିଦ୍ୟାଳୟର ଚଙ୍ଗରିଆ ଖପ୍ରାଖୋଲ ବ୍ଲକ ଠାରେ ଆୟୋଜିତ ଏସ୍‌ଟିଇଏମ୍‌ କାର୍ଯ୍ୟକ୍ରମ ଉଦ୍‌ଯାପନୀ ଉତ୍ସବରେ...

ବରିଷ୍ଠ ନାଗରିକଙ୍କୁ ଭାଜପା ପକ୍ଷରୁ ସମ୍ବର୍ଦ୍ଧନା

ଗୁଣପୁର, (୨୧/୬) : ଆପ୍ର : ରାୟଗଡ଼ା ଜିଲ୍ଲା ଗୁଣପୁର ନଗର ମଣ୍ଡଳ ପକ୍ଷରୁ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଶନିବାର...

ଅନ୍ତର୍ଜାତୀୟ ଯୋଗ ଦିବସ ହେତୁ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ସ୍ଵଛ ଭାରତ ଅଭିଯାନ

ବଲାଙ୍ଗିର, (୨୧/୦୬) : ଆପ୍ର : ଅନ୍ତର୍ଜାତୀୟ ଯୋଗ ଦିବସ ହେତୁ ଆଦ୍ୟ ତାରିଖ ୨୦.୬.୨୦୨୬ ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ...

ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷାଙ୍କ ସୁନ୍ଦରଗଡ଼ ଗସ୍ତ ଏବଂ ବିଭାଗୀୟ ଅଧିକାରୀଙ୍କ ସହିତ ବୈଠକ ଏବଂ ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ

ସୁନ୍ଦରଗଡ଼, (୨୧/୦୬) : ଆପ୍ର : ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷା ଏବଂ ସଭ୍ୟଙ୍କ ସୁନ୍ଦରଗଡ଼ ଗସ୍ତ ଅବସରରେ ବିଭିନ୍ନ...