Homebreaking newsସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଭଡ଼ାଘରୁ ନର୍ସଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଭଡ଼ାଘରୁ ନର୍ସଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ସୁନ୍ଦରଗଡ଼, (୨୬/୦୮) : ଆପ୍ର : ସୁନ୍ଦରଗଡ଼ ସହରର ଶ୍ରୀରାମ ନଗର ଅଞ୍ଚଳରେ ଜଣେ ୨୩ ବର୍ଷୀୟ ନର୍ସଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହେବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି ।

ମୃତା ହେଲେ ସବଡେଗା ଅଞ୍ଚଳର ସୁଶ୍ମିତା ତିର୍କୀ, ଯିଏ ଶାନ୍ତିଲତା ହସ୍ପିଟାଲରେ ନର୍ସ ଭାବେ କାର୍ଯ୍ୟରତ ଥିଲେ । ପ୍ରାଥମିକ ସୂଚନା ଅନୁସାରେ, ସେ ରହୁଥିବା ଭଡ଼ାଘର ଭିତରୁ ତାଙ୍କ ଝୁଲନ୍ତା ମୃତଦେହ ମିଳିଥିଲା । ଘଟଣାର ଖବର ପାଇ ଟାଉନ୍ ଥାନା ପୁଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ପୁଲିସ ମୃତଦେହକୁ ଜବତ କରି ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ବ୍ୟବଚ୍ଛେଦ ରିପୋର୍ଟ ଓ ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୁଲିସ କହିଛି । ବର୍ତ୍ତମାନ ସୁଶ୍ମିତାଙ୍କ ମୃତ୍ୟୁ ପଛରେ କୌଣସି କାରଣ ରହିଛି କି ନାହିଁ, ସେନେଇ ପୁଲିସ ସମସ୍ତ ଦିଗରୁ ତଦନ୍ତ ଜାରି ରଖିଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments