ଦେଶର ପ୍ରଥମ ସହର ଭାବରେ ପୁରୀରେ Drink from Tap ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
249

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ୱର,(୨୭/୦୭) : ମହାପ୍ରଭୁଙ୍କ ଧାମ ସବୁଠାରୁ ଆଗରେ । ଆଜି ପୁରୀରେ Drink from Tap ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି । ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବାରେ ପୁରୀ ହେଉଛି ଦେଶର ପ୍ରଥମ ସହର ।

ଏହାଦ୍ୱାରା ଦେଶର ପ୍ରଥମ ସହର ଭାବରେ ପୁରୀର ଜନସାଧାରଣ tapରୁ ସିଧାସଳଖ ଉଚ୍ଚମାନର ପିଇବା ପାଣି ପାଇଲେ । ପିଇବା ପାଣିକୁ store କରି ରଖିବା ଦରକାର ନାହିଁ, କିମ୍ବା ଫିଲଟର୍‌ କରିବା ମଧ୍ୟ ଆବଶ୍ୟକ ନାହିଁ । ବିଶ୍ୱର କେବଳ ବଡ ବଡ ସହର ମାନଙ୍କରେ ଏଭଳି ସୁବିଧା ମିଳେ । ଏହାଦ୍ୱାରା ପୁରୀର ଅଢେଇ ଲକ୍ଷ ଜନସାଧାରଣଙ୍କ ସହିତ ବର୍ଷକୁ ଆସୁଥିବା ୨ କୋଟି ପର୍ଯ୍ୟଟକ ଉପକୃତ ହେବେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ଦିନଟି କେବଳ ପୁରୀ ନୁହେଁ, ସାରା ଓଡିଶାର ବିକାଶ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡିଛି । ମହାପ୍ରଭୁଙ୍କ ଧାମ ପୁରୀରେ ସବୁ ପରିବାରକୁ ଆଜିଠାରୁ tapରେ ଭଲ ପିଇବା ପାଣି ମିଳିଲା । Drink from Tap ବା ସୁଜଳ ଯୋଜନାରେ ଆପଣମାନେ ସିଧା tapରୁ ପାଣି ଆଣି ପିଇପାରିବେ । Storage ବା Filter କିଛି ବି ଦରକାର ନାହିଁ । ଦିନରାତି ୨୪ ଘଣ୍ଟା ଏହି ସେବା ମିଳିବ ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ସାରା ଦେଶରେ Drink from Tap କାର୍ଯ୍ୟକାରୀ ହେବାରେ ପୁରୀ ପ୍ରଥମ । ମହାପ୍ରଭୁଙ୍କ ଧାମ ସବୁଠାରୁ ଆଗରେ । ଆମର ମେଟ୍ରୋ ସହର ମାନଙ୍କରେ ବି, ଏ ସୁବିଧା ନାହିଁ । ଏ ଯୋଜନା ପାଇଁ ପୁରୀ ଆଜି London, New York, Singapore ଆଦି ବିଶ୍ୱର ବଡ ବଡ ସହର leagueରେ ସାମିଲ ହୋଇପାରିଛି । ଏହା ସମସ୍ତଙ୍କ ପାଇଁ ଖୁସିର କଥା ବୋଲି ସେ କହିଥିଲେ ।

ରାଜ୍ୟ ନଗର ଉନ୍ନୟନ ଓ ଗୃହନିର୍ମାଣ ବିଭାଗକୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୯ ମାସ ମଧ୍ୟରେ ପୁରୀର ୨.୫ ଲକ୍ଷ ଲୋକଙ୍କ ପାଇଁ Drink from Tap ସୁବିଧା ମିଳିବା ସହିତ ପୁରୀକୁ ପ୍ରତି ବର୍ଷ ୨ କୋଟି tourist ମଧ୍ୟ ଏହି ସୁବିଧା ପାଇପାରିବେ । ସେମାନଙ୍କୁ ମଧ୍ୟ ଆଉ water bottle ଧରି ବୁଲିବାକୁ ପଡିବ ନାହିଁ ।

ଏହି ପ୍ରକଳ୍ପରେ ବଡଦାଣ୍ଡ ସହିତ ସହରର ୪୦୦ଟି ଜାଗାରେ water fountain କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ୱାରା ୪୦୦ ମେଟ୍ରିକ ଟନ୍‌ plastic wasteରୁ ମଧ୍ୟ ସହର ରକ୍ଷା ପାଇପାରିବ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ବିଭାଗ ପକ୍ଷରୁ ନିଆଯାଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି କହିଥିଲେ ଯେ ସାରା ଓଡିଶାର ୧୬ଟି ସହରରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି ।

ହରମାନଙ୍କରେ ଉଚ୍ଚମାନର ସୁବିଧା ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ପୁରୀରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା ଦ୍ୱାରା ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନ ଆଜି ସାର୍ଥକ ହୋଇଛି ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ସମୀର ଦାଶ, ଯୋଜନା ବୋର୍ଡର ଉପାଧ୍ୟକ୍ଷ ଶ୍ରୀ ସଂଜୟ ଦାସବର୍ମା, ସାଂସଦ ଶ୍ରୀ ପିନାକୀ ମିଶ୍ର, ବିଧାୟକ ଶ୍ରୀ ଜୟନ୍ତ ଷଡଙ୍ଗୀ, ଶ୍ରୀ ଉମା ସାମନ୍ତରାୟ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।