ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

0
249

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ଵର,(୨୭/୦୮) : ରାଜ୍ୟରେ କରୋନା ସଂକ୍ରମଣ ତଳରମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ । ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୬୯୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ଆଉ ୬୯ ଜଣ ମୃତକଙ୍କ ମଧ୍ୟରେ କଟକରୁ ସର୍ବାଧିକ ୩୮ ଜଣ ମୃତ୍ୟୁ ବରଣ କରିଥିବା ବେଳେ, ଜଗତସିଂହପୁରରୁ ୯ ଜଣ, ଢେଙ୍କାନାଳରୁ ୬ ଜଣ, ଯାଜପୁର, କେନ୍ଦ୍ରାପଡା ଓ ମୟୂରଭଞ୍ଜ ଜିଲ୍ଳାରୁ ୩ ଲେଖାଏଁ, ଅନୁଗୁଳ ଓ ନବରଙ୍ଗପୁରରୁ ୨ ଲେଖାଏଁ, ଭଦ୍ରକ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୪ ହଜାର୮୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮ ହଜାର ୨୭୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୮୮ ହଜାର ୮୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୮୦୭୫୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି।