ଜିଲ୍ଲା ର କୋଭିଡ ପରିଚାଳନା ସମୀକ୍ଷା କଲେ ଢେଙ୍କାନାଳ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀ

0
257

 ରିପୋର୍ଟ : ରଞ୍ଜିତ ବେହେରା
ଢେଙ୍କାନାଳ,(୦୧/୦୯) : ଆଜି ଜିଲ୍ଲା କାର୍ଯ୍ୟାଳୟ ଓସାନ ହଲଠାରେ ଢେଙ୍କାନାଳ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀ ଜିଲ୍ଲା ର କୋଭିଡ ପରିଚାଳନାର ସମୀକ୍ଷା କରିଛନ୍ତି । ଆଗାମୀ ଦିନରେ ଶିଶୁମାନେ କୋଭିଡରେ ଅଧିକ ଆକ୍ରାନ୍ତ ହେବାର ଆଶଙ୍କା ଥିବାରୁ ଅଭିଭାବକମାନେ ନିଜର ପିଲାମାନଙ୍କ ସ୍ୱାସ୍ଥ୍ୟପ୍ରତି ଅଧୁକ ଯତ୍ନବାନ ହେବାକୁ ଜିଲ୍ଲାପାଳ ପରାମର୍ଶ ଦେବା ସହ ସ୍ୱାସ୍ଥ୍ୟ କର୍ମୀ, ଅଙ୍ଗନବାଡି କର୍ମୀ, ଆଶାକର୍ମୀ ମାନେ ମଧ୍ୟ ଶିଶୁମାନଙ୍କୁ ଚିହ୍ନଟ କରି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ସମ୍ପର୍କରେ ସଜାଗ ରହିବାକୁ କହିଛନ୍ତି ।WhatsApp Image 2021 09 02 at 10.06.56 AM 2 ଜିଲ୍ଲା ର କୋଭିଡ ପରିଚାଳନା ସମୀକ୍ଷା କଲେ ଢେଙ୍କାନାଳ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀ

ଜିଲ୍ଲା ର କୋଭିଡ ପରିଚାଳନା ସମୀକ୍ଷା ବୈଠକ ରେ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ନିମନ୍ତେ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀମାନେ ସଂପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ସମ୍ପ୍ରତି ହାଇସ୍କୁଲକୁ ଆସୁଥିବା ଛାତ୍ରଛାତ୍ରୀ ଓ ଶିକ୍ଷକ / ଶିକ୍ଷୟତ୍ରୀମାନଙ୍କ ଆଣ୍ଟିଜେନ ଏବଂ ଆରଟି ପିସିଆର ଟେଷ୍ଟ କରିବାକୁ ଏବଂ କୋଭିଡ ନିୟମ ଅନୁପାଳନ ପୂର୍ବକ ଶିକ୍ଷାଦାନର ବ୍ୟବସ୍ଥା କରିବାକୁ କହିଛନ୍ତି ।

ସେପ୍ଟେମ୍ବର ୫ ତାରିଖ ( ଗୁରୁଦିବସ ) ପୂର୍ବରୁ ଶିକ୍ଷକ / ଶିକ୍ଷୟତ୍ରୀମାନଙ୍କୁ ଟୀକା ପ୍ରଦାନର ବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ତୃତୀୟ ସହରର ଉଚିତ ମୁକାବିଲା ନିମନ୍ତେ ବିଡିଓ, ତହସିଲଦାର, ସିଡିପିଓମାନେ ଡାକବାଜି ଯନ୍ତ୍ର ମାଧ୍ୟମରେ ଜନସଚେତନତା କରିବାକୁ ପରାମର୍ଶ ଦେବା ସହ କୋଭିତ ପ୍ରୋଟୋକଲ ଅନୁପାଳନର ଯାଞ୍ଚ ପ୍ରକ୍ରିୟା ଚାଲୁ ରଖୁକୁ କହିଛନ୍ତି ।

ନିୟମିତ ଭାବେ ଆଣ୍ଟିଜେନ ଏବଂ ଆରଟି ପିସିଆର ଟେଷ୍ଟ ହେଲେ ସଂକ୍ରମିତମାନେ ଚିହ୍ନଟ ହେବା ସହିତ ସଂକ୍ରମଣକୁ ରୋକା ଯାଇ ହ୍ରାସ କରାଯାଇପାରିବ ବୋଲି ସେ ପ୍ରକାଶ କରିଛନ୍ତି । ସେଥିପାଇଁ ଜିଲ୍ଲାପାଳ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି । ଜିଲ୍ଲାରେ ହେଉଥିବା ଆଣ୍ଟିଜେନ ଏବଂ ଆରଟି ପିସିଆର ଟେଷ୍ଟ ଓ ଟୀକାକରଣ କାର୍ଯ୍ୟକ୍ରମ ସମ୍ପର୍କରେ ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡା , ଜ୍ୟୋତିଷ ଚନ୍ଦ୍ର ମହାପାତ୍ର , ଡି.ପି.ଏମ , ଏନଏଚଏମ , ସୋନାଲୀ ପ୍ରିୟଦର୍ଶିନୀ ବୈଠକରେ ଅବଗତ କରାଇବା ସହ ଜିଲ୍ଲାରେ ଆଜି ପର୍ଯ୍ୟନ୍ତ ୫ ଲକ୍ଷ ୪୨ ହଜାରରୁ ଅଧୁକ ଲୋକଙ୍କୁ ଟୀକା ପ୍ରଦାନ କରାଯାଇଛି ବୋଲି ପ୍ରକାଶ କରିଥିଲେ ।

ଏହି ଭିସି ସମୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶଶାଙ୍କ ଶେଖର ଦାଶ , ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, ଭାରପ୍ରାପ୍ତ ସଦର ଉପଜିଲ୍ଲାପାଳ ଶ୍ରୀ ରବି ନାରାୟଣ ତ୍ରିପାଠୀ , ମେଡ଼ିକାଲ ସୁପରିଣ୍ଟେଣ୍ଡେଣ୍ଟ ଶ୍ରୀ ଜୟକୃଷ୍ଣ ନାୟକ , ଆପତକାଳୀନ ଅଧିକାରୀ ଶ୍ରୀ ସୃତି ରଞ୍ଜନ ମହାପାତ୍ର , ଏନଏଚଏମ , ଡି.ପି.ଏମ. , ସୋନାଲୀ ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।