Homelocalବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୩ଟି ଦରଖାସ୍ତ ଗ୍ରହଣ

ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୩ଟି ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର ,(୧୧/୦୮):ଆପ୍ର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୬୩ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୪୪ଟି ବ୍ୟକ୍ତିଗତ ଏବଂ ୧୯ଟି ସାମୂହିକ ଦରଖାସ୍ତ ଥିଲା ଏବଂ ୧ଟି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ଆସିଥିଲା। ୧୨ଟି ଦରଖାସ୍ତର ତୁରନ୍ତ ସମାଧାନ ହୋଇଛି।781cf5bd 03f4 49a8 be9b 20a58726c0ba

ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି। ବିଶେଷ କରି ଚାଷୀ ମାନେ ଧାନ ବିକ୍ରୀ ପାଇଁ ପଞ୍ଜୀକରଣ ରେ ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କ ଠାରେ ଅଭିଯୋଗ କରିବା ସହ ଶତାଧିକ ଚାଷୀ ମାନେ ଆଲୋଚନା କରି ସରଳୀକରଣ କରିବା ପାଇଁ ଦାବୀ କରିଛନ୍ତି।

ଏହି ଅବସରରେ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ଉଷାରାଣୀ ଦାସ, ବିନିକା ତହସିଲଦାର ରସନା ଭୋଇ, ବିନିକା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ କୁମାର ବାଗ, ସହାୟକ ଜିଲ୍ଲାପାଳ ଅଭିଯୋଗ ଶାଖା ପ୍ରିୟଦର୍ଶିନୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ଉପସ୍ଥିତ ଥିଲେ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments