Homelocalଅନିରୁଦ୍ଧ ପଧାନଙ୍କ ନୂତନ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଭାବେ ଦାୟିତ୍ୱ ଗ୍ରହଣ କଲେ

ଅନିରୁଦ୍ଧ ପଧାନଙ୍କ ନୂତନ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଭାବେ ଦାୟିତ୍ୱ ଗ୍ରହଣ କଲେ

ସୁବର୍ଣ୍ଣପୁର, (୧୦/୧୧) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଭାବେ ଅନିରୁଦ୍ଧ ପଧାନ ଆଜି ଅଞ୍ଜଳିନା ପ୍ରଧାନଙ୍କ ଠାରୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ।

ଏହି ଅବସରରେ ଜିଲ୍ଲାପାଳ କାର୍ଯ୍ୟାଳୟ ପକ୍ଷରୁ ଅନିରୁଦ୍ଧ ପଧାନଙ୍କୁ ସ୍ୱାଗତ କରାଯାଇଥିବା ବେଳେ ଅଞ୍ଜଳିନା ପ୍ରଧାନଙ୍କୁ ଭାବପୂର୍ଣ୍ଣ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଜିଲ୍ଲାପାଳ ଦେବାଶିଷ ସିଂଙ୍କ ଉପସ୍ଥିତିରେ ଆୟୋଜିତ ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରାଜେନ୍ଦ୍ର ମାଝୀ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ସୋନପୁର ଉପ ଜିଲ୍ଲାପାଳ ଡ. ସୌମ୍ୟରୂପା ରଥ, ବୀରମହାରାଜପୁର ଉପଜିଲ୍ଲାପାଳ ସୁରେନ୍ଦ୍ର ମେହେରଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀବୃନ୍ଦ ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments