Homelocalସୋନପୁର ବ୍ଲକ ବିଶିମୁଣ୍ଡା ରେ ଯୁଗ୍ମ ଅଭିଯୋଗ ଶୁଣାଣି : ୨୭ଟି ଦରଖାସ୍ତ ଗ୍ରହଣ

ସୋନପୁର ବ୍ଲକ ବିଶିମୁଣ୍ଡା ରେ ଯୁଗ୍ମ ଅଭିଯୋଗ ଶୁଣାଣି : ୨୭ଟି ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (୦୮/୦୬) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକର ବିଶିମୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2026 06 09 at 08.50.01 1

ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ସର୍ବମୋଟ ୨୭ (ସତେଇଶ)ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥିମଧ୍ୟରୁ ୧୭ (ସତର)ଟି ବ୍ୟକ୍ତିଗତ ଏବଂ ୧୦ (ଦଶ)ଟି ସାମୂହିକ ଦରଖାସ୍ତ ଥିଲା। ୩ (ତିନି)ଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ରହିଥିଲା । ଅନ୍ୟାନ୍ୟ ସମସ୍ତ ଦରଖାସ୍ତକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି ।WhatsApp Image 2026 06 09 at 08.50.02

ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ସୋନପୁର ଉପ ଜିଲ୍ଲାପାଳ ଡ଼ ସୌମ୍ୟ ରୁପା ରଥ, ସୋନପୁର ବିଡିଓ ପ୍ରତୀକ କରଙ୍କ ସମେତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଉଷାରାଣୀ ଦାସ ପ୍ରମୁଖ ମଞ୍ଚାସୀନ ଥିଲେ । ଏହି ଶିବିରରେ ସହକାରୀ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ତଥା ସେମାନଙ୍କ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments