ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ସରକାରଙ୍କ ଦ୍ୱିତୀୟ ବାର୍ଷିକୀ ସମାରୋହରେ ଯୋଗଦେବେ

Date:

Share post:

ଭୁବନେଶ୍ୱର, (୨୯/୦୫) : ଆପ୍ର : ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ବିଜେପି ସରକାର ୨ ବର୍ଷ ପୂର୍ତ୍ତି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବେ ।

ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ ନେଇ ଗ୍ରୀନ ସିଗନାଲ ମିଳିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତ ୪ ଦିନ ତଳେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ ଦେଇଥିଲୁ । ଜୁନ୍ ୧୨, ଜୁନ୍ ୨୦ କିମ୍ବା ସେପ୍ଟେମ୍ବର ୧୭ରେ ନିଜର ସମୟ ଦିଅନ୍ତୁ ବୋଲି ଅନୁରୋଧ କରାଯାଇଛି ।

ଆଜି ଏନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ଏଠାରେ ଉଲ୍ଲେଖନୀୟ ଯେ ଚାରି ଦିନ ପୂର୍ବେ ନୂଆଦିଲ୍ଲୀରେ ମୋଦିଙ୍କ ସହ ସାକ୍ଷାତ ସମୟରେ ମାଝୀ ତାଙ୍କୁ ତାଙ୍କ ସରକାରଙ୍କ ଦ୍ୱିତୀୟ ବାର୍ଷିକୀ ସମାରୋହରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଥିଲେ । ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ସେ ପ୍ରଧାନମନ୍ତ୍ରୀଙ୍କୁ ଜୁନ୍ ୧୨ କିମ୍ବା ଜୁନ୍ ୨୦ କିମ୍ବା ସେପ୍ଟେମ୍ବର ୧୭ ତାରିଖରେ ଏହି ଉତ୍ସବ ପାଇଁ ଓଡ଼ିଶା ଗସ୍ତ କରିବାକୁ ଅନୁରୋଧ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

spot_img

Related articles

NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ, ପୁନଃପରୀକ୍ଷାକୁ ସ୍ୱଚ୍ଛ ଓ ନକଲ-ମୁକ୍ତ କରିବା ପାଇଁ NTAର ଗାଇଡ୍ ଲାଇନ୍

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ ! । ପରୀକ୍ଷା ହଲ୍ କୁ ଯିବା ପୂର୍ବରୁ ହେବ ବାୟୋମେଟ୍ରିକ୍...

ଫୁଡ୍ ବିଜନେସ୍ କରୁଥିବା ଲୋକଙ୍କ ପାଇଁ FSSAI ର ନୂଆ ନିୟମ, କଳଙ୍କୀ ଛୁରି ବ୍ୟବହାର ମନା

ନୂଆଦିଲ୍ଲୀ, (୧୯/୦୬) : ଆପ୍ର : ରେଷ୍ଟୁରାଣ୍ଟ, ହୋଟେଲ, ଢାବା ଏବଂ ଫୁଡ୍ ଫ୍ୟାକ୍ଟ୍ରିରେ ଖାଇବା କ୍ବାଲିଟିକୁ ନେଇ ନିୟମ କଡ଼ା ବୋକୁ ଯାଉଛି...

ଗ୍ରୀଷ୍ମ ପ୍ରବାହ ଯୋଗୁଁ ପାଣି ସଙ୍କଟର ଉତ୍କଟ ରୂପ ଧାରଣ

ବେଲପଡ଼ା, (୧୯/୦୬) : ଆପ୍ର : ଗ୍ରୀଷ୍ମ ପ୍ରବାହ ବଢ଼ିବା ସହିତ ପାଣି ସଙ୍କଟ ମଧ୍ୟ ଉତ୍କଟ ରୂପ ଧାରଣ କରିଛି । ବଲାଙ୍ଗିର ଜିଲ୍ଲା...

ପୂର୍ବ ଶତ୍ରୁତା ନେଲା ଜୀବନ; ଘରେ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ହତ୍ୟା, ଅଭିଯୁକ୍ତ ଅଟକ

ବରଗଡ଼, (୧୯/୦୬) : ଆପ୍ର : ପୂର୍ବ ଶତ୍ରୁତାର ଭୟଙ୍କର ପରିଣତି । ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା...